www.samajalive.in
Monday, December 15, 2025
24.1 C
Bhubaneswar

ଆଜି ରାଜଧାନୀ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର : ଆଜି ରାଜଧାନୀର ୭୩ ତମ ପ୍ରତିଷ୍ଠା ଦିବସ। ମନ୍ଦିରମାଳିନୀ ଏକାମ୍ରକ୍ଷେତ୍ର ଭୁବନେଶ୍ୱର ୧୯୪୮ ମସିହା ଏପ୍ରିଲ ୧୩ ତାରିଖରେ ଓଡିଶାର ରାଜଧାନୀ ଭାବେ ପ୍ରତିଷ୍ଠିତ ହୋଇଥିଲା। ସେହଦିନ ଠାରୁ ପ୍ରତିବର୍ଷ ଏହି ଦିନକୁ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ବା ରାଜଧାନୀ ପ୍ରତିଷ୍ଠା ଭାବେ ପାଳନ କରାଯାଏ। ଚଳିତ ବର୍ଷ କୋଭିଡ କଟକଣା ଯୋଗୁଁ ନିରାଡମ୍ବରରେ ଏହା ପାଳନ କରାଯାଉଛି। ଆଜି ବିଧାନସଭା ସମ୍ମୁଖରେ ଥିବା ରାଜଧାନୀ ଶିଳାନ୍ୟାସ ଫଳରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାଲ୍ୟାର୍ପଣ କରିଛନ୍ତି। ୧୯୪୮ରେ ରାଜଧାନୀ ଭାବେ ପ୍ରତିଷ୍ଠା ହୋଇଥିବା ସମୟରେ ଏହି ସହରରେ ମାତ୍ର ୧୪ ହଜାର ଲୋକଙ୍କ ରହଣି ପାଇଁ ତିଆରି ହୋଇଥିବା ବେଳେ ଏବେ ୨୦ ଲକ୍ଷରୁ ଅଧିକ ଲୋକେ ବାସ କରୁଛନ୍ତି। ରାଜଧାନୀର ଆହରୁ ବିକାଶ କରିବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି ବାଚସ୍ପତି କହିଛନ୍ତି। ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଓ ରାସ୍ତା ଘାଟ ଗୁଡିକୁ ରଙ୍ଗୀନ ଆଲୋକରେ ସଜାଯାଇଛି।
୧୯୪୮ ମସିହା ଏପ୍ରିଲ ୧୩ ତାରିଖ ଦିନ ଭୁବନେଶ୍ୱରରେ ନୂଆ ରାଜଧାନୀର ପ୍ରତିଷ୍ଠା ଫଳକ ତତ୍କାଳିନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ କରକମଳରେ ସ୍ଥାପିତ ହୋଇଥିଲା। ସେହି ପ୍ରତିଷ୍ଠାଫଳକ ବର୍ତ୍ତମାନ ବିଧାନସଭା ସନ୍ନିକଟ ପାଚେରୀ ନିକଟରେ ରହିଛି।

 

Hot this week

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

Related Articles

Popular Categories