www.samajalive.in
Monday, December 8, 2025
24.1 C
Bhubaneswar

ବାଲେଶ୍ଵର ପୌରାଞ୍ଚଳର ସାମଗ୍ରିକ ବିକାଶ ପାଇଁ ୧୫୫ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ

ଭୁବନେଶ୍ବର: ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ପର୍ଯ୍ୟାୟ ରେ ୧୫୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି। ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ବିକାଶ ସମ୍ପର୍କରେ ଦୁଇ ପର୍ଯ୍ଯାୟ ଉଚ୍ଚ ସ୍ତରୀୟ ବୈଠକରେ ବିସ୍ତୃତ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ କ୍ରମେ ଆଜି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ଟି) ଭି.କେ ପାଣ୍ଡିଆନ ଓ ପୂର୍ତ୍ତ ସଚିବ ଶ୍ରୀ କିଷନ କୁମାର ସକାଳେ ବାଲେଶ୍ଵର ଯାଇ ବିଭିନ୍ନ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିଥିଲେ। ସେଠାରୁ ଫେରି ସେମାନେ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ। ଏହାକୁ ଭିତ୍ତି କରି ମୁଖ୍ୟମନ୍ତ୍ରୀ ନିମ୍ନୋକ୍ତ ଘୋଷଣା କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି  ଯେ ବାଲେଶ୍ଵର ହେଉଛି ଓଡିଶାର ଅନ୍ୟତମ ମୁଖ୍ୟ ସହର। ଏହା ମୋର ପ୍ରିୟ ଲେଖକ ଫକୀର ମୋହନ ସେନାପତିଙ୍କ ଜନ୍ମ ସ୍ଥାନ । ନିକଟରେ ମୁଁ ବାଲେଶ୍ଵର ବାସୀଙ୍କୁ କଥା ଦେଇଥିଲି ଯେ ବାଲେଶ୍ଵର ମ୍ୟୁନିସିପାଲିଟିର ବିକାଶ ଉପରେ ଆମେ ଧ୍ୟାନ ଦେବୁ । ଏ ଅବସରରେ ମୁଖ୍ୟମନ୍ତ୍ରୀ ନିମ୍ନୋକ୍ତ ପ୍ରକଳ୍ପ ଗୁଡିକ ଘୋଷଣା କରିଥିଲେ।


୧. ଯାତ୍ରୀ ମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୮ କୋଟି ଟଙ୍କା ବ୍ୟୟ ରେ ବାଲେଶ୍ଵର ସହଦେବଖୁନ୍ଟା ବସଷ୍ଟାଣ୍ଡ ର ବିକାଶ କରାଯିବ
୨. ତୁମୂଳିଆ ଗେଟ Flyover ଠାରୁ Station ଛକ ପର୍ଯ୍ୟନ୍ତ ମୁଖ୍ୟ ରାସ୍ତା କୁ ଛଅ ଥାକିଆ କରାଯିବ। ଏହା ସହିତ ଏ ରାସ୍ତାରେ ଆଧୁନିକ Street Lighting ର ବ୍ୟବସ୍ତା ମଧ୍ୟ କରାଯିବ। ବାଲେଶ୍ଵର ମ୍ୟୁନିସିପାଲିଟିର ସବୁ ମୁଖ୍ୟ ରାସ୍ତାର ଉନ୍ନତିକରଣ କରାଯିବ। ଏଥିରେ ୭୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଅଟକଳ କରାଯାଇଛି। ଏହା ସହରରେ ଟ୍ରାଫିକ ସମସ୍ଯା ଦୂର କରିବାରେ ସହାୟକ ହେବ।
୩. ବାଲେଶ୍ଵର ର କ୍ରୀଡାବିତ ମାନଙ୍କ ଭିତରେ ଥିବା ପ୍ରତିଭା ର ବିକାଶ ପାଇଁ ବାଲେଶ୍ଵର ମ୍ୟୁନିସିପାଲିଟି ୧୪ କୋଟି ଟଙ୍କା ବ୍ୟୟରେ Multipurpose Indoor Hall, Swimming Pool ଆଦି ଉନ୍ନତ କ୍ରୀଡା ଭିତ୍ତିଭୂମି ର ବିକାଶ କରାଯିବ। ଏହାସହିତ କ୍ରୀଡାବିତ ମାନଙ୍କ ପାଇଁ ଉଚ୍ଚ ମାନର ତାଲିମ ବ୍ୟବସ୍ତା କରାଯିବ।
୪. ବୁଢାବଳଙ୍ଗ ନଦୀ ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ଜୀବନରେଖା। ୫୩ କୋଟି ଟଙ୍କା ଖର୍ଚ୍ଚରେ ବୁଢାବଳଙ୍ଗ ନଦୀବନ୍ଧର ସୁରକ୍ଷା ସହିତ Beautification କରାଯିବ। ବାଲେଶ୍ଵର ସହରବାସିଙ୍କ ପାଇଁ ଅବସର ବିନୋଦନ ନିମନ୍ତେ ବୁଢାବଳଙ୍ଗ ନଦୀକୁଳ ର ଆବଶ୍ୟକ ବିକାଶ କରାଯିବ।

- Advertisement -

୫. ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ମୁଖ୍ୟ ପୋଖରୀ ଗୁଡିକ ଯଥା ଗଡଗଡିଆ ପୋଖରୀ , ଶୋଭାରାମପୁର ପୋଖରୀ , ବଡଖୁଆ ପୋଖରୀ, ନୂଆ ପୋଖରୀ, ହରଚନ ପୋଖରୀ ଓ ହରଗଙ୍ଗା ପୋଖରୀ ଆଦିର Beautification ଓ ବିକାଶ କରାଯିବ । ଏହା ସହରର ପରିବେଶକୁ ସୁନ୍ଦର କରିବା ସହିତ ନାଗରିକ ମାନଙ୍କ ନିମନ୍ତେ Open Space ସୃଷ୍ଟି କରିବ।
୬. ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର Drainage Channel ଓ ତତସଂଯୁକ୍ତ ରାସ୍ତା ଗୁଡିକର ୭ କୋଟି ଟଙ୍କା ବ୍ୟୟରେ ବିକାଶ କରାଯିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ , ବାଲେଶ୍ଵର Medical College ର teaching hospital ନିମନ୍ତେ 275 କୋଟି ଟଙ୍କାର କାମ ଚାଲୁ ରହିଛି । ସେହପରି ଗତ 4 5 ମାସ ହେବ ବାଲେଶ୍ଵର ମ୍ୟୁନିସିପାଲିଟି ପକ୍ଷରୁ 16 କୋଟି ଟଙ୍କା ବ୍ୟୟରେ ସହରରେ ସିମେଣ୍ଟ କଂକ୍ରିଟ ରୋଡ , କମ୍ୟୁନିଟି ସେଣ୍ଟର ଆଦି ବିଭିନ୍ନ ଭିତ୍ତିଭୂମି ବିକାଶ କାମ ମଧ୍ୟ ଜାରି ରହିଛି।
ଆମେ କଥା ନୁହେଁ ସବୁବେଳେ କାମରେ ବିଶ୍ବାସ କରୁ ବୋଲି ତାଙ୍କ ଉକ୍ତି କୁ ମୁଖ୍ୟମନ୍ତ୍ରୀ ଦୋହରାଇବା ସହ ଏ ସବୁ କାମ ଶୀଘ୍ର ଆରମ୍ଭ ହେବ ଓ ପ୍ରଥମିକତାର ସହ କାର୍ଯ୍ୟକାରୀ କରାଯିବ ବୋଲି ଘୋଷଣା କରିଥିଲେ । ବାଲେଶ୍ଵର ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଆମେ କାମ କରି ଚାଲିବୁ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଏ ଦିଗରେ ବାଲେଶ୍ଵର ଜିଲ୍ଲାର ଭାଇ ଭଉଣୀ ମାନଙ୍କ ସହଯୋଗ କାମନା କରିଥିଲେ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories