www.samajalive.in
Monday, December 8, 2025
20.1 C
Bhubaneswar

ବୁର୍ଲାରେ ହେବ ୫୨୫ ଶଯ୍ୟାର ୨ କୋଭିଡ ହସ୍ପିଟାଲ

ଵୁର୍ଲା: ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ବୁଧବାର ସମ୍ବଲପୁର ଏବଂ ରାଉରକେଲା ଗସ୍ତ କରି କରୋନା ସ୍ଥିତିର ସମୀକ୍ଷା କରିଛନ୍ତି। ଆଜି ସକାଳୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଜମାଦାରପାଲିରେ ଅବତରଣ କରି ବୁର୍ଲାରେ ପହଞ୍ଚିଥିଲେ। ଭୀମସାର ଆସି ପ୍ରଥମେ କୋଭିଡ ହସ୍ପିଟାଲ ଗସ୍ତ କରିବା ପରେ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ପରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ୨ଟି ହସ୍ପିଟାଲରେ ମୋଟ୍ ୫୨୫ ଶଯ୍ୟା ରହିବ ବୋଲି ନିଷ୍ପତ୍ତି ନିଆଯାଇଛି। ବୁର୍ଲାରେ ଆଉ ଏକ କୋଭିଡ ହସପିଟାଲ ଖୋଲିବ। ବର୍ତମାନ ୧୨୦ ଶଯ୍ୟା ବିଶିଷ୍ଟ କୋଭିଡ ହସପିଟାଲ କାର୍ଯ୍ୟ କରୁଛି। ଏଥିରେ ୧୦୫ଟି ବେଡ଼ ବୃଦ୍ଧି ହୋଇ ୨୨୫ରେ ପହଞ୍ଚିଛି। ଏଥିରୁ ୫୦ଟି ଆଇସିୟୁ ଓ ୧୭୫ଟି ସାଧାରଣ ବେଡ଼ ରହିବ।

ତେବେ ଭୀମସାରର ମେଡିସିନ କୋଠାରେ ୧୦ ଦିନ ମଧ୍ୟରେ ଦ୍ବିତୀୟ କୋଭିଡ ହସ୍ପିଟାଲ ଆରମ୍ଭ ହେବ। ନୂତନ କୋଭିଡ ହସ୍ପିଟାଲରେ ୫୦ଟି ଆଇସିୟୁ ଓ ୨୫୦ ସାଧାରଣ ବେଡ ରହିବ। ତେବେ ଦୁଇଟି କୋଭିଡ ହସ୍ପିଟାଲରେ ସମୁଦାୟ ୫୨୫ ବେଡ଼ କାର୍ଯ୍ୟ କରିବ।

- Advertisement -

ସେହିପରି ଝାରସୁଗୁଡା ଓ ବରଗଡ଼ ଜିଲ୍ଲାରେ ମଧ୍ୟ ୨ଟି ହସପିଟାଲ ଖୋଲିବ ବୋଲି ନିଷ୍ପତ୍ତି ନିଆଯାଇଛି। ଛତିଶଗଡ ସଂକ୍ରମଣ ବଢୁଥିବାରୁ ସ୍ଥିତି ଉପରେ ନଜର ରଖାଯାଇଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପ୍ରମୁଖ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର, ଡିଏମଇଟି ସିବିକେ ମହାନ୍ତି, ସମ୍ବଲପୁର ଜିଲ୍ଲାପାଳ ଶୁଭମ ସକ୍ସେନା, ଝାରସୁଗୁଡା ଜିଲ୍ଲାପାଳ ସରୋଜ ସାମାଲ, ବରଗଡ ଜିଲ୍ଲାପାଳ ଜ୍ୟୋତିରଂଜନ ପ୍ରଧାନ, ଉତ୍ତରାଂଚଳ ଆଇଜି ନରସିଂହ ଭୋଳ, ସମ୍ବଲପୁର ଏସପି ବାତୁଲା ଗଙ୍ଗାଧର, ଭିମସାର ନିର୍ଦ୍ଦେଶକ ପ୍ରଫେସର ଲଳିତ ମେହେର, ଅଧକ୍ଷା ଡାକ୍ତର ଜୟଶ୍ରୀ ଦୋରା ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବଲପୁର ପରେ ଏହି ଦଳ ରାଉରକେଲା ଗସ୍ତ କରିଛି। ସେଠାରେ ହାଇଟେକ ମେଡିକାଲ କଲେଜ ଓ ହସପିଟାଲରେ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories