www.samajalive.in
Sunday, December 7, 2025
16.1 C
Bhubaneswar

ବୁଧବାର ରାଶିଫଳ (୧୪.୦୪.୨୦୨୧)

ମେଷ: ସମ୍ମାନସୂଚକ କାର୍ଯ୍ୟ କରିପାରନ୍ତି। ସୁଖୀ ହେବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କୀର୍ତ୍ତିମାନ୍‍ ହେବେ। ଜନ ପ୍ରଧାନ ହୋଇପାରନ୍ତି। ଐଶ୍ୱର୍ଯ୍ୟ ପ୍ରାପ୍ତିର ସୁଯୋଗ ଅଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ମିଳିବ।
ବୃଷ: ଧର୍ମ କାର୍ଯ୍ୟରେ ଅଧିକ ଅର୍ଥ ବିନିଯୋଗ କରିପାରନ୍ତି। ଥଣ୍ଡା କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ନିରୋଳା ସ୍ଥାନରେ ରହିବାକୁ ଇଚ୍ଛା କରିବେ। ମଧୁରଭାଷୀ ହେବେ। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତବିଦ୍ୟାରେ ରୁଚି ରହିବ।
ମିଥୁନ: ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ମଳିପାରେ। ଗୃହ ସୁଖ ସହିତ ଯାନବାହନ ସୁଖ ମିଳିବ।
କର୍କଟ: ନିଜ ପରିବାରର ମୁଖ୍ୟ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହୋଇପାରନ୍ତି। ନିଜ ପରିବାର ପ୍ରତି ସ୍ନେହ, ସଦିଚ୍ଛା ଭାବ ରହିବ।
ସିଂହ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସରେ ଦିନଟି ଅତିବାହିତ କରିବେ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଶିଳ୍ପଦ୍ୟୋଗୀ ହୋଇପାରନ୍ତି।
କନ୍ୟା: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସୁଗୁଣସମ୍ପନ୍ନ ହେବେ। ଧନ ପ୍ରାପ୍ତିର ସୂଚନା ମିଳୁଛି। ସତ୍ୟବାଦୀ ହୋଇପାରନ୍ତି। ପୁତ୍ର ସୁଖ ମିଳିପାରେ। ପ୍ରତି କ୍ଷେତ୍ରରେ ସତର୍କ ରହିବେ।
ତୁଳା: ବହୁ ସୁଖ ମିଳିପାରେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ସ୍ୱକର୍ମ ପାଇଁ ମନରେ ଗର୍ବଭାବ ବହନ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ପରାମର୍ଶ ଭବିଷ୍ୟତ ପାଇଁ ଉପଯୋଗୀ ହେବ।
ବିଛା: ଅଯଥା ଖର୍ଚ୍ଚାନ୍ତ ହେବେ। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଶକ୍ତିମାନ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ। ବନ୍ଧୁ ସ୍ନେହୀ ହେବେ।
ଧନୁ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରିର ଭାଗ୍ୟଫଳ ସପକ୍ଷରେ ଯାଇପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟାର ରୁଚି ରହିବ।
ମକର: ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିରୁ ଲାଭ ମିଳିପାରେ। ପ୍ରେମୀ ଓ ବୁଦ୍ଧିମାନ୍‍ ହୋଇପାରନ୍ତି। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
କୁମ୍ଭ: ସମ୍ମାନ ବୃଦ୍ଧିର ସୂଚନା ମିଳୁଛି। ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ ବନ୍ଧୁପ୍ରେମୀ ଓ ବିଦ୍ୱାନ୍‍ ହେବେ। ବିବାଦରେ ବିଜୟୀ ହେବେ।
ମୀନ: ଆଶାବାଦୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ବ୍ୟକ୍ତିତ୍ୱ ବିକଶିତ ହେବ। ମଧୁରଭାଷୀ ହେବେ। ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି। ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ। ସତ୍ୟନିଷ୍ଠ ହୋଇପାରନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories