www.samajalive.in
Sunday, December 7, 2025
23.1 C
Bhubaneswar

ଅଜିତ ମଙ୍ଗରାଜଙ୍କ ବିୟୋଗରେ ପିସିସି ସଭାପତିଙ୍କ ଶୋକ

ଭୁବନେଶ୍ୱର : ଜିଲ୍ଲା କଂଗ୍ରେସ ସଭାପତି ତଥା ପିପିଲି ଉପ ନିର୍ବାଚନରେ କଂଗ୍ରେସ ପାର୍ଥି ଅଜିତ ମଙ୍ଗରାଜଙ୍କ ଅକାଳ ବିୟୋଗରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ବିୟୋଗରେ କଂଗ୍ରେସ ଦଳର ନେତା ଓ କର୍ମୀମାନେ ମର୍ମାହତ। ନିର୍ବାଚନ ପ୍ରଚାର ବେଳେ ଅସୁସ୍ଥ ହୋଇ ହସ୍ପିଟାଲରେ ଚିକିତ୍ସତ ହେଉଥିବା ବେଳେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଅଜିତ ଜଣେ ମିଷ୍ଟଭା​ଷୀ ପରିଶ୍ରମୀ ଓ ଦୃଢ଼ ସଂଗଠକ ଭାବେ ପିପିଲି ଅଂଚଳରେ ଲୋକପ୍ରିୟ ଥିଲେ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସ୍ବର୍ଗତ ମଙ୍ଗରାଜଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରଙ୍କୁ ସମବେଦନା ଜ୍ଞାପନ କରିଛନ୍ତି ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories