www.samajalive.in
Monday, December 8, 2025
17.1 C
Bhubaneswar

ପିପିଲି ଉପନିର୍ବାଚନ; ପୁଣି ଥରେ ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ଵର: ପିପିଲି ଉପନିର୍ବାଚନ ପାଇଁ ପୁଣି ଥରେ ବିଜ୍ଞପ୍ତି ପ୍ରକାଶ କରାଯିବ। କଂଗ୍ରେସ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲଠାରୁ ଆରମ୍ଭ କରି ଭୋଟଗ୍ରହଣ ଏବଂ ଫଳାଫଳ ଘୋଷଣା ତାରିଖ ପୁନର୍ବାର ଜାରି କରାଯିବ। ଭୋଟ ଗ୍ରହଣର ତିନି ଦିନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ହେବା ଯୋଗୁ ନିର୍ବାଚନକୁ ସ୍ଥଗିତ ରଖାଯାଇଥିବାବେଳେ ଆଜି ସାନି ବିଜ୍ଞପ୍ତି ଜାରି କରାଯିବା ସମ୍ପର୍କରେ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)।

ସିଇଓ ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀଙ୍କ ଦେହାନ୍ତ ଯୋଗୁ ରିଟର୍ଣ୍ଣିଂ ଅଫିସର ନିର୍ବାଚନକୁ ସ୍ଥଗିତ ରଖିଛନ୍ତି। ଏ ସମ୍ପର୍କରେ ନିର୍ବାଚନ କମିଶନଙ୍କୁ ଅବଗତ କରାଯାଇଛି। ନିର୍ବାଚନ କମିଶନ ଭୋଟ ଗ୍ରହଣ ସମ୍ପର୍କରେ ସାନି ବିଜ୍ଞପ୍ତି ପ୍ରକାଶ କରିବେ। ସମ୍ପୂର୍ଣ୍ଣ ନିର୍ବାଚନ ସିଡ୍ୟୁଲ ଆଉଥରେ ପ୍ରକାଶ ପାଇବ। କଂଗ୍ରେସକୁ ନୂଆ ପ୍ରାର୍ଥୀ ଦେବା ଲାଗି ୭ ଦିନ ସମୟ ମିଳିବ। ନିର୍ବାଚନ କମିଶନ ଯେଉଁ ତାରିଖ ଧାର୍ଯ୍ୟ କରିବେ ସେହି ତାରିଖରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ ବୋଲି ସିଇଓ କହିଛନ୍ତି।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories