www.samajalive.in
Monday, December 8, 2025
14.1 C
Bhubaneswar

ଆଜି ଭୁବନେଶ୍ବରରୁ ୩୭୯ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୬୬

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରେ ୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ ୧୦୯ ଜଣ ଓ ଲୋକାଲ୍‌ କଣ୍ଟାକ୍ଟ କେସ୍‌ରୁ ୨୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୬୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଆଜି ସୁଦ୍ଧା ଭୁବନେଶ୍ବରରେ ୩୪୭୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୩୨୬୧୪ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୯୪ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୫୦ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଥିବା ମୋଟ ୩୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ୧୦୯ଜଣଙ୍କ ମଧ୍ୟରୁ ପଟିଆରୁ ସର୍ବାଧିକ ୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ୍‌ କଣ୍ଟାକ୍ଟ କେସ୍‌ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୭୦ଜଣଙ୍କ ମଧ୍ୟରୁ ପୁରୁଣା ଭୁବନେଶ୍ବରରୁ ସର୍ବାଧିକ ୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୟାପଲ୍ଲୀ ୧୫, ପଟିଆ ୧୩, ଖଣ୍ଡଗିରି ୧୧, ଚନ୍ଦ୍ରଶେଖରପୁର ୧୦ଜଣ ରହିଥିବା ଜଣାପଡ଼ିଛି।

 

- Advertisement -


ଦିନକୁ ଦିନ ସମଗ୍ର ରାଜ୍ୟରେ ତାହାର କାୟା ଦ୍ରୁତ ଗତିରେ ବିସ୍ତାର କରିବାରେ ଲାଗିଛି କରୋନା। ଆଶାତୀତ ଭାବରେ ପ୍ରତି ଜିଲାରେ ସଂକ୍ରମଣ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନୂଆ ୨୯୮୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୩୩ ଏବଂ ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୧୨୫୬ ରହିଛି। ସଂକ୍ରମିତଙ୍କ ମଧ୍ୟରେ ସୁନ୍ଦରଗଡରେ ସର୍ବାଧିକ ୬୩୧ ଓ ଖୋର୍ଦ୍ଧାରେ ୪୩୮ ଜଣଙ୍କୁ ଚିହ୍ନଟ କରାଯାଇଛି। ଏଥିସହିତ ଆଉ ଅନେକ ଜିଲାରେ ପ୍ରତିଦିନ ନୂଆ ସଂକ୍ରମଣ ସଂଖ୍ୟା ତିନିଅଙ୍କ ପାର୍‍ କରିବାରେ ଲାଗିଛି।
ରାଜ୍ୟର କଳାହାଣ୍ଡି ଜିଲାରୁ ୨୬୦, କଟକ ୨୦୮, ନୂଆପଡା ୧୫୧, ସମ୍ବଲପୁରରେ ୧୪୮ ଜଣ ନୂଆ ସଂକ୍ରମିତଙ୍କୁ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ କରାଯାଇଛି। ସେହିଭଳି ବରଗଡରୁ ୧୨୬, ବଲାଙ୍ଗିର ୧୧୦ ଏବଂ ଷ୍ଟେଟପୁଲରୁ ୯୪ ଜଣଙ୍କୁ ଚିହ୍ନଟ କରାଯାଇଛି। ଏହାବ୍ୟତୀତ ଝାରସୁଗୁଡା ଜିଲାରୁ ୮୪, ବାଲେଶ୍ୱର ୮୩, କେନ୍ଦୁଝର ୭୭, ଅନୁଗୁଳ ୬୫, ଗଞ୍ଜାମ ୬୩, ଯାଜପୁର ୫୧, ନବରଙ୍ଗପୁରରେ ୪୩ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୮ ହଜାର ୩୪୨କୁ ବୃଦ୍ଧିପାଇଛି। ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୪୧ ହଜାର ୭୩୩ ସୁସ୍ଥ ହୋଇଛନ୍ତି ଏବଂ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୪,୬୨୧ ରହିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories