www.samajalive.in
Thursday, December 11, 2025
27.1 C
Bhubaneswar

ଆଜି ଭୁବନେଶ୍ବରରେ ୩୩୮ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୧୨୪

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରେ ୩୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୧୨୪ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ମୋଟ ୩୩୮ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଲୋକାଲ୍‌ କଣ୍ଟାକ୍ଟରୁ ୨୯୦ ଓ କ୍ବାରେଣ୍ଟାଇନରୁ ୪୮ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି।
ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୨୯୦ଜଣଙ୍କ ମଧ୍ୟରୁ ଖଣ୍ଡଗିରି ୧୯, ନୟାପଲ୍ଲୀ ୧୪, ପୁରୁଣା ଭୁବନେଶ୍ବର ୧୩, ବାଣୀବିହାରରୁ ୧୦, କଳ୍ପନା ୯ଜଣ, ବରମୁଣ୍ଡା ୮,ସାମନ୍ତରାପୁର ୮, ରସୁଲଗଡ଼ ୬ ଓ ଶାସ୍ତ୍ରୀନଗରରୁ ୬, ୟୁନିଟ-୮ରୁ ୧୦ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ଚିହ୍ନଟ ହୋଇଥିବା ମୋଟ କରୋନା ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରରେ ମୋଟ ୩୫୬୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋିଛନ୍ତି। ସେମାନଙ୍କ ମଧ୍ୟରୁ ୩୨୮୮୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଏବଂ ୨୫୦ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ବିଭିନ୍ନ ହସ୍‌ପିଟାଲ୍‌ରେ ୨୫୨୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

- Advertisement -

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories