www.samajalive.in
Sunday, December 7, 2025
26.1 C
Bhubaneswar

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ମେ’ ୧ରୁ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ମିଳିବ ଟିକା

ନୂଆଦିଲ୍ଲୀ: କରୋନା ଟିକା ନେଇ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା। ମେ’ ୧ରୁ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ମିଳିବ ଟିକା। ଉତ୍ପାଦକମାନେ କେନ୍ଦ୍ରକୁ ୫୦ ପ୍ରତିଶତ ଟିକା ଯୋଗାଇବେ। ବାକି ୫୦ ପ୍ରତିଶତ ରାଜ୍ୟମାନଙ୍କୁ ଦେଇପାରିବେ ଉତ୍ପାଦକ। ଏଣିକି ରାଜ୍ୟମାନେ ସିଧାସଳଖ ଉତ୍ପାଦକଙ୍କଠାରୁ କିଣି ପାରିବେ କରୋନା ଟିକା। ଏ ନେଇ ଆଜି କେନ୍ଦ୍ର ସରକାର ଗୋଷଣା କରିଛନ୍ତି।


ମିଳିଥିବା ସୂଚନା ଅନୁଯାୟୀ ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇଚାଲିଥିବା ଦୃଷ୍ଟିରୁ କେନ୍ଦ୍ର ସରକାର ୧୮ ବର୍ଷରୁ ଅଧିକ ବୟସର ସମସ୍ତଙ୍କୁ କରୋନା ଟିକା ଦିଆଯିବା ପାଇଁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ମେ ୧ରୁ ସମସ୍ତ ପ୍ରାପ୍ତ ବୟସ୍କ ଟିକା ନେବେ। ଅର୍ଥାତ୍ ଏବେ କରୋନା ଟିକା ନେବାର ସର୍ବନିମ୍ନ ବୟସ ୧୮ ବର୍ଷ କରିଛନ୍ତି କେନ୍ଦ୍ର ସରକାର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫାର୍ମା କମ୍ପାନୀ ମାନଙ୍କ ସହ ବୈଠକ କରିବା ପରେ ଏହି ନିଷ୍ପତ୍ତି ନିଆଯାଇଛି।  ତୃତୀୟ ପର୍ଯ୍ୟାୟ ଟିକାକରଣ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ସରକାରଙ୍କ ଏଭଳି ଏକ ଗୁରୁତ୍ଵପୂର୍ଣ୍ଣ ଘୋଷଣା ଦେଶବାସୀଙ୍କୁ ଆଶ୍ଵସ୍ତ କରିଛି।

- Advertisement -


ଆଜି ଫାର୍ମା କମ୍ପାନୀ ମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ କୋଭିଡ-୧୯ ଟିକାକରଣର ତୃତୀୟ ପର୍ଯ୍ୟାୟକୁ ମଞ୍ଜୁରୀ ଦିଆଯାଇଛି । ଏହି ପର୍ଯ୍ୟାୟରେ କରୋନା ଟିକାର ମୂଲ୍ୟ ନିର୍ଦ୍ଧାରଣ, କ୍ରୟ, ବୟସସୀମା ଆଦିକୁ କୋହଳ କରାଯାଇଥିବା ଜଣାପଡ଼ିଛି।
ଅନ୍ୟପକ୍ଷରେ ଟିକା କମ୍ପାନିମାନେ ଯେପରି ଟିକା ଉତ୍ପାଦନ ବଢାଇପାରିବେ ସେଥିପାଇଁ ସରକାର ସେମାନଙ୍କୁ ପ୍ରୋତ୍ସାହନ ଯୋଗାଇଦେବେ। ସେହିପରି କମ୍ପାନିମାନେ ନିଜର ଉତ୍ପାଦନ କ୍ଷମତାର ୫୦ ପ୍ରତିଶତ ସିଧାସଳଖ ରାଜ୍ୟମାନଙ୍କୁ ଦେଇପାରିବେ ଓ ଖୋଲାବଜାରରେ ବିକ୍ରି କରିପାରିବେ। ସେହିପରି ରାଜ୍ୟ ସରକାରମାନେ ସିଧାସଳଖ କମ୍ପାନିମାନଙ୍କଠାରୁ ଟିକା କିଣିପାରିବେ। ଫଳରେ ଦେଶର ସମସ୍ତ ପ୍ରାପ୍ତ ବୟସ୍କ ତଥା ୧୮ ବର୍ଷରୁ ଅଧିକ ବୟସର ସମସ୍ତଙ୍କୁ ଟିକା ଦିଆଯାଇପାରିବ। ଅନ୍ୟପକ୍ଷରେ ଅଗ୍ରାଧିକାର ବର୍ଗର ଲୋକମାନଙ୍କୁ ପୂର୍ବପରି ମାଗଣାରେ ଟିକା ଦିଆଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।


ପ୍ରତିଦିନ ଦେଶରେ କରୋନା ସଂକ୍ରମଣ ହୁହୁ ହୋଇ ବୃଦ୍ଧି ପାଉଛି। ଏଥିପାଇଁ ଦେଶର ଅନେକ ସ୍ଥାନରେ ଲକ୍‌ଡାଉନ୍‌ ଏବଂ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏବେ ଦେଶର ଅନେକ ସ୍ଥାନରେ ହସ୍‌ପିଟାଲ୍‌ ଏବଂ ଔଷଧର ଅଭାବ ଦେଖା ଦେଇଛି। ସଂକ୍ରମଣକୁ ରୋକିବା ପାଇଁ କରୋନା କଟକଣାକୁ କଡାକଡି ଭାବେ ପାଳନ କରିବା ପାଇଁ କୁହାଯାଇଛି।
ସମସ୍ତ ଜନସାଧାରଣଙ୍କୁ କରୋନାରୁ ଦୂରରେ ରହିବା ପାଇଁ ସାମାଜିକ ଦୂରତ୍ୱ, ମାସ୍କ ପରିଧାନ, ସାବୁନ୍‌ରେ ହାତକୁ ବାରମ୍ବାର ଧୋଇବା ପାଇଁ ପରମର୍ଶ ଦିଆଯାଇଛି।

 

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories