www.samajalive.in
Monday, December 8, 2025
27.1 C
Bhubaneswar

ଘଟଗାଁ ତାରିଣୀ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପାଇଁ ୩ଦିନ ଦର୍ଶନ ବନ୍ଦ

ଭୁବନେଶ୍ବର: କେନ୍ଦୁଝର ଜିଲା ଘଟଗାଁସ୍ଥିତ ତାରିଣୀ ମନ୍ଦିରରେ ଏଣିକି ସପ୍ତାହର ୩ ଦିନ ଭକ୍ତମାନେ ପ୍ରବେଶ କରିପାରିବେ ନାହିଁ। ଘଟଗାଁ ତାରିଣୀ ମନ୍ଦିର ୩ ଦିନ ପାଇଁ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ବୋଲି କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏଣିକି ପ୍ରତି ଶନିବାର, ରବିବାର ଓ ମଙ୍ଗଳବାର ତାରିଣୀ ମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ। ଘଟଗାଁ ତାରିଣୀଙ୍କ ଦର୍ଶନ ପାଇଁ ଓଡିଶା ବାହାର ଭକ୍ତ ପାଇଁ କଟକଣା ଲାଗୁ କରାଯାଇଛି।

 

- Advertisement -

ଓଡ଼ିଶା ବାହାର ଭକ୍ତ ଦର୍ଶନ ପାଇଁ ଆସିଲେ ସାଥିରେ ଗତ ୭୨ ଘଣ୍ଟା ଅବଧିର ଆରଟିପିସିଆର କୋଭିଡ ନେଗେଟିଭ ରିପୋର୍ଟ ପ୍ରମାଣପତ୍ର ନେଇଆସିବା ଜରୁରୀ। ଭକ୍ତମାନେ ନିଜ ନିଜର ପ୍ରମାଣପତ୍ର-ଆଧାର ବା ଭୋଟର ପରିଚୟପତ୍ର ଆଦି ନେଇ ସାଙ୍ଗରେ ଆସିବା ପାଇଁ ପରାମର୍ଶ ଦିଆଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ ବୋଲି କେନ୍ଦୁ ଝର ଜିଲା ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories