www.samajalive.in
Sunday, December 7, 2025
26.1 C
Bhubaneswar

ବିନା ଭକ୍ତରେ ପାଳିତ ହେଉଛି ପବିତ୍ର ରାମନବମୀ

ଭୁବନେଶ୍ୱର: ଆଜି ପବିତ୍ର ଶ୍ରୀରାମ ନବମୀ। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଭୁବନେଶ୍ୱର ଓ କଟକର ଧାର୍ମିକ ସ୍ଥଳଗୁଡିକୁ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ ଲଗାଇଛନ୍ତି କଟକଣା। ସେହି କାରଣରୁ ଆଜି ଭୁବନେଶ୍ୱରସ୍ଥିତ ରାମମନ୍ଦିରରେ ଶ୍ରୀରାମ ନବମୀ ଉତ୍ସବ ବିନା ଭକ୍ତରେ ପାଳିତ ହେଉଛି। ମନ୍ଦିର ସମ୍ମୁଖରେ କମିଶନରେଟ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯିବା ସହିତ ମନ୍ଦିରର ପ୍ରବେଶ ଦ୍ୱାର ବନ୍ଦ ରଖାଯାଇଛି। ଭିତରେ କେବଳ ପୂଜକ ଓ ମନ୍ଦିରର କିଛି କାର୍ଯ୍ୟକର୍ତ୍ତାଙ୍କ ଉପସ୍ଥିତିରେ ପୂଜାର୍ଚ୍ଚନା କରାଯାଉଛି। ଶ୍ରଦ୍ଧାଳୁମାନେ କୋଭିଡ କଟକଣା ସହିତ ସରକାରଙ୍କ ଗାଇଡଲାଇନ ମାନି ଘରେ ଥିବା ବେଳେ ଅଳ୍ପ କିଛି ଭକ୍ତ ରାମମନ୍ଦିର ସମ୍ମୁଖ ରାସ୍ତା ଉପରେ ଭଗବାନ ଶ୍ରୀରାମଙ୍କୁ ଭକ୍ତି ଅର୍ଘ୍ୟ ନିବେଦନ କରୁଥିବା ଦେଖିବାକୁ ମିଳିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories