www.samajalive.in
Tuesday, December 9, 2025
16.1 C
Bhubaneswar

ମାଟ୍ରିକ ପରୀକ୍ଷା ବାତିଲ

ଭୁବନେଶ୍ଵର: ଚଳିତବର୍ଷ ରାଜ୍ୟରେ ମାଟ୍ରିକ ବୋର୍ଡ ପରୀକ୍ଷା ଏବଂ ମଦ୍ରାସା ବୋର୍ଡ ପରୀକ୍ଷାକୁ ବାତିଲ କରିଦିଆଯାଇଛି। ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏକ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ଘୋଷଣା କରିଛନ୍ତି।

ମନ୍ତ୍ରୀ ଦାଶ କହିଛନ୍ତି, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ନିର୍ଦ୍ଧାରିତ ପଦ୍ଧତି ଅନୁସାରେ ଛାତ୍ରଛାତ୍ରୀଙ୍କ ଫଳାଫଳ ପ୍ରକାଶ କରାଯିବ। ଯେଉଁ ଛାତ୍ରଛାତ୍ରୀମାନେ ଏଥିରେ ଅସନ୍ତୋଷ ପ୍ରକାଶ କରିବେ ସେମାନେ ପରବର୍ତ୍ତୀ ସମୟରେ ପରୀକ୍ଷା ଦେଇପାରିବେ।

- Advertisement -

ସୂଚନାଯୋଗ୍ୟ, ରାଜ୍ୟ ସରକାର ଚଳିତବର୍ଷ ମାଟ୍ରିକ ପରୀକ୍ଷାକୁ ସ୍ଥଗିତ ରଖିଥିଲେ। ଜୁନ ୧ରେ କରୋନା ସ୍ଥିତିର ସମୀକ୍ଷା କରିବା ପରେ ନିଷ୍ପତ୍ତି ନେବେ ବୋଲି ପୂର୍ବରୁ ଘୋଷଣା କରିଥିଲେ। କିନ୍ତୁ ଗତକାଲି ଛାତ୍ରଛାତ୍ରୀମାନେ ରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବା ପରେ ସରକାର ଆଜି ଏ ନେଇ ଚୂଡ଼ାନ୍ତି ନିଷ୍ପତ୍ତି ନେଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories