www.samajalive.in
Saturday, December 6, 2025
19.1 C
Bhubaneswar

ହରଭଙ୍ଗାରୁ ୨ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ଛୁଇଁଲା ୨୫

ହରଭଙ୍ଗା: ବୌଦ୍ଧ ଜିଲ୍ଲାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୦ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ହରଭଙ୍ଗା ବ୍ଲକ ହରଭଙ୍ଗା ପଞ୍ଚାୟତର ଅର୍ଖପଦରରୁ ଜଣେ, ଲୁଣିବାହାଲରୁ ଜଣେ ମୋଟ ୨ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ବ୍ଲକରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି। ଜିଲ୍ଲାରେ ପ୍ରତିଦିନ ବିଭିନ୍ନ ପଞ୍ଚାୟତ ଅଞ୍ଚଳରୁ ନୂଆ ଆକ୍ରାନ୍ତ ଚିହ୍ନଟ ପ୍ରଶାସନ ଏବଂ ଜନସାଧାରଣଙ୍କ ମୁଣ୍ଡବ୍ୟଥାର କାରଣ ହୋଇଛି। ସମସ୍ତ ନୂଆ ଆକ୍ରାନ୍ତ ଘରୋଇ ସଙ୍ଗରୋଧରେ ରହି ଚିକିତ୍ସିତ ହେଉଥିବା ବୌଦ୍ଧ ସିଡ଼ିଏମଓ ତ୍ରିଲୋଚନ ପ୍ରଧାନ ସୂଚନା ଦେଇଛନ୍ତି। ବ୍ଲକରେ ଦିନକୁ ଦିନ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଆକ୍ରାନ୍ତ ରୋଗୀଙ୍କ ଘର ଆଗରେ ପ୍ରାକ ସୂଚନା ଦେବାକୁ ସାଧାରଣରେ ଦାବି ହେଉଛି ଏବଂ ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରିବାକୁ ଦାବି ହେଉଛି। ଫଳରେ ଆକ୍ରାନ୍ତ ରୋଗୀଙ୍କୁ ନେଇ ସତର୍କ ରହିବେ। ପ୍ରତିଦିନ ଏମାନଙ୍କ ଚିକିତ୍ସା ଉପରେ ବ୍ଲକ ରାପିଡ ରେସ୍ପନ୍ସ ଟିମ ସ୍ୱାସ୍ଥ୍ୟାବସ୍ଥା ଉପରେ ଫିଡ଼ବ୍ୟାକ ଗ୍ରହଣ କରିଛି। ଏଥିପ୍ରତି ଜିଲ୍ଲାପାଳ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ଦାବି ହେଉଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories