www.samajalive.in
Monday, December 8, 2025
24.1 C
Bhubaneswar

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଏନ୍.ଭି. ରମଣ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଭାବେ ଶନିବାର ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ ଏନ୍. ଭି. ରମଣ। ଦେଶର ୪୮ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ରମଣଙ୍କୁ ପୂର୍ବାହ୍ନ ୧୧ଟା ସମୟରେ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତି ଭବନରେ କୋଭିଡ୍ ନିୟମକୁ ପାଳନ କରି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ସମେତ ସୁପ୍ରିମକୋର୍ଟର ବିଚାରପତିମାନେ ଉପସ୍ଥିତ ଥିଲେ। ଜଷ୍ଟିସ ରମଣ ୧୬ ମାସ ପ୍ରଧାନ ବିଚାରପତି ପଦବୀରେ ରହିବେ।

- Advertisement -

୧୯୫୭ ମସିହା ଅଗଷ୍ଟ ୨୭ ତାରିଖରେ ଆନ୍ଧ୍ରପ୍ରଦେଶରେ କୃଷ୍ଣା ଜିଲ୍ଲାର ପୋନ୍ନାଭରମ ଗାଁରେ ଜନ୍ମଗ୍ରହଣ କରିଥିଲେ ଜଷ୍ଟିସ ରମଣ। ତାଙ୍କର ପୁରା ନାଁ ନଥାଲପତି ଭେଙ୍କଟ ରମଣ। ୨୦୦୦ ମସିହାରେ ଜଷ୍ଟିସ ରମଣ ଆନ୍ଧ୍ରପ୍ରଦେଶ ହାଇକୋର୍ଟରେ ସ୍ଥାୟୀ ବିଚାରପତି ଭାବରେ ନିଯୁକ୍ତି ପାଇଥିଲେ। ୨୦୧୪ରେ ସୁପ୍ରିମକୋର୍ଟରେ ନିଯୁକ୍ତି ପାଇବା ପୂର୍ବରୁ ସେ ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ। ସିଜେଆଇ ଭାବେ ଜଷ୍ଟିସ ରମଣଙ୍କର କାର୍ଯ୍ୟକାଳ ୨୬ ଅଗଷ୍ଟ, ୨୦୨୨ ପର୍ଯ୍ୟନ୍ତ ରହିବ।

 

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories