www.samajalive.in
Monday, December 8, 2025
17.1 C
Bhubaneswar

କରୋନା ଆକ୍ରାନ୍ତଙ୍କ ଜୀବନ ବଞ୍ଚାଇବା ପାଇଁ ଓଡ଼ିଶା ପଠାଇଲା ୫୧୦ ଟନ୍‌ ଅକ୍ସିଜେନ୍

ଭୁବନେଶ୍ବର: କରୋନା ଆକ୍ରାନ୍ତଙ୍କ ପାଇଁ ଅକ୍ସିଜେନ୍‌ର ଆବଶ୍ୟକତା ଜରୁରୀ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟକୁ କରୋନା ଆକ୍ରାନ୍ତଙ୍କ ଜୀବନ ରକ୍ଷା କରିବା ପାଇଁ ଅକ୍ସିଜେନ୍‌ ପଠାଇବା ଆରମ୍ଭ ହୋଇଛି। ଏହି ପରୀପ୍ରେକ୍ଷୀରେ  ବିଗତ ଦୁଇ ଦିନ ଧରି ଓଡ଼ିଶାରୁ ବିଭିନ୍ନ ରାଜ୍ୟକୁ ଅକ୍ସିଜେନ୍ ଯୋଗାଣ କାର୍ଯ୍ୟ ଜାରି ରହିଛି। ଅଦ୍ୟାବଧି ୨୯ଟି ଟ୍ୟାଙ୍କ ଯୋଗେ ୫୧୦ ଟନ୍‌ରୁ ଅଧିକ ଅକ୍ସିଜେନ୍ ବିଭିନ୍ନ ରାଜ୍ୟକୁ ପଠାଯାଇଛି। ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ମଧ୍ୟପ୍ରଦେଶ, ମହାରାଷ୍ଟ, ହରିୟାନା, ଦିଲ୍ଲୀ, ଉତ୍ତର ପ୍ରଦେଶ ସମେତ ଅନ୍ୟ ସ୍ଥାନକୁ ଅକ୍ସିଜେନ୍ ପଠାଯାଇଛି। ଢେଙ୍କାନାଳ, ଅନୁଗୁଳ ଏବଂ ରାଉରକେଲାରୁ ଆଜି ଆହୁରି ୧୫ଟି ଅକ୍ସିଜେନ୍ ଟ୍ୟାଙ୍କର୍ ପଠାଯିବ। ଅକ୍ସିଜେନ୍ ନେଇ ଯାଉଥିବା ଟ୍ୟାଙ୍କ ଗୁଡ଼ିକର ସହଜ ଯାତାୟତ ନିମନ୍ତେ ସ୍ୱତନ୍ତ୍ର ଗ୍ରୀନ୍‌ କରିଡ଼ର୍ ପ୍ରସ୍ତୁତ କରାଯାଇଛି। ରାଜ୍ୟ ତଥା ରାଜ୍ୟ ଦେଇ ବାହାରକୁ ଅକ୍ସିଜେନ୍ ନେଇ ଯାଉଥିବା ଟ୍ୟାଙ୍କ ଗୁଡ଼ିକର ଯାତାୟତରେ ଯେମିତି କିଛି ଅସୁବିଧା ନ ହୁଏ ସେନେଇ ରାଜ୍ୟ ପୁଲିସ୍ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।


ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ରାଜ୍ୟ ପୁଲିସ୍ ପକ୍ଷରୁ ଏକ ସ୍ୱତନ୍ତ୍ର ସେଲ୍ ଗଠନ କରାଯାଇଛି। ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ(ଆଇନ୍ ଓ ଶୃଙ୍ଖଳା) ଯଶୋୱନ୍ତ ଜେଠୱାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅକ୍ସିଜେନ୍ ଯୋଗାଣ କାର୍ଯ୍ୟକୁ ତ୍ୱରାନ୍ବୀତ କରାଯାଉଛି। ଜିଲାର ସମସ୍ତ ଏସ୍‌ପି, ଡିସିପି, ରେଞ୍ଜ ଡିଆଇଜି, ଆଇଜି ଏବଂ ପୁଲିସ୍‌ କମିଶନର ନିଜ ନିଜ ଅଞ୍ଚଳରେ ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ନିର୍ଦେଶ ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories