www.samajalive.in
Saturday, December 6, 2025
23.1 C
Bhubaneswar

ତାଳଚେର ହିଙ୍ଗୁଳା ମନ୍ଦିର ବିକାଶ ପାଇଁ ୯.୩୨ କୋଟି ମଞ୍ଜୁର

ଅନୁଗୁଳ ଜିଲ୍ଲା ତାଳଚେର ଗୋପାଳପ୍ରସାଦ ସ୍ଥିତ ମା’ ହିଙ୍ଗୁଳା ମନ୍ଦିରର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ମହାନଦୀ କୋଲଫିଲ୍ଡ ଲିମିଟେଡ (ଏମସିଏଲ) ବୋର୍ଡ ସିଏସଆର ପାଣ୍ଠିରୁ ୯.୩୨ କୋଟି ଟଙ୍କା ଅନୁମୋଦନ ଦେଇଥିବାରୁ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି। ଗତ ଜାନୁଆରୀ ୧୩ ତାରିଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଏ ସମ୍ପର୍କରେ ପତ୍ର ଲେଖି ଜଣାଇଥିଲେ। ତାଳଚେର ଗୋପାଳପ୍ରସାଦ ସ୍ଥିତ ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟ ବୋର୍ଡର ପ୍ରସ୍ତାବ ଅନୁସାରେ ହିଙ୍ଗୁଳା ମନ୍ଦିର ସମ୍ମୁଖରେ ମୁଖଶାଳା ଓ ଯଜ୍ଞଶାଳାର ନିର୍ମାଣ କାର୍ଯ୍ୟ ପାଇଁ ଏମସିଏଲର ସିଏସଆର ପାଣ୍ଠିରୁ ଲୋକଙ୍କ ସୁବିଧା ପାଇଁ ଆର୍ଥିକ ସହାୟତା ଯୋଗାଇବାକୁ ଶ୍ରୀ ପ୍ରଧାନ ଅନୁରୋଧ କରିଥିଲେ। ଏହି ସହାୟତା ଦ୍ୱାରା ଶ୍ରଦ୍ଧାଳୁମାନେ ଉପକୃତ ହେବା ସହ ସ୍ଥାନୀୟ ଅଂଚଳରେ ପର୍ଯ୍ୟଟନର ସୁବିଧା ମଧ୍ୟ ବଢିବ ବୋଲି ସେ ପତ୍ରରେ ଉଲ୍ଲେଖ କରିଥିଲେ।

ଏହାର ପ୍ରତ୍ୟୁତରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ପତ୍ର ଲେଖି କହିଛନ୍ତି ଯେ ଅନୁଗୁଳ ଜିଲ୍ଲା ତାଳଚେର ଗୋପାଳପ୍ରସାଦ ଅଂଚଳ ପାଇଁ ଏମଏସିଏଲ୍‍ ବୋର୍ଡ ସିଏସଆର ପାଣ୍ଠିରୁ ୯.୩୨ କୋଟି ଟଙ୍କା ମଞ୍ଜୁର କରିଛି। ସାଧାରଣତଃ ସ୍ଥାନୀୟ ଜନସାଧାରଣଙ୍କ ସୁବିଧା ଏବଂ ପର୍ଯ୍ୟଟନରେ ସୁବିଧା ଯୋଗାଇବା ପାଇଁ ଏହି ଆର୍ଥିକ ସହାୟତାକୁ ଅନୁମୋଦନ ଦିଆଯାଇଛି ବୋଲି ସେ କହିଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories