www.samajalive.in
Wednesday, December 10, 2025
14.1 C
Bhubaneswar

ଚିକେନ କଞ୍ଚା ଲଙ୍କା  ମସଲା

ଆବଶ୍ୟକ ସାମଗ୍ରୀ
ଚିକେନ – ୫୦୦ ଗ୍ରାମ
ପିଆଜ – ୨ଟି
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଜିରା ଗୁଣ୍ଡ – ଅଳ୍ପ
ଲେମ୍ବୁ ରସ – ଅଳ୍ପ
ଲୁଣ – ଆବଶ୍ୟକ ଅନୁଯାୟୀ
ଅଦା ରସୁଣ ବଟା – ୪ଚାମଚ
କଞ୍ଚା ଲଙ୍କା – ୪ଟି
ତେଲ – ଆବଶ୍ୟକ ଅନୁଯାୟୀ
ପେଷା ଟମାଟୋ – ୧କପ
ଗରମ ମସଲା – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ଭଲ ଭାବେ ଧୋଇ ଏଥିରେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଜିରା ଗୁଣ୍ଡ, ଲୁଣ, ଲେମ୍ବୁ ରସ, ଜିରା ଗୁଣ୍ଡ, ଅଦା ରସୁଣ ବଟା ଭଲ ଭାବେ ମିଶାଇ ୧ ଘଣ୍ଟା ରଖି ଦିଅନ୍ତୁ। ଏହାପରେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ କଟା ପିଆଜକୁ ପକାଇ ଭଲ ଭାବେ ଭାଜନ୍ତୁ। ଭାଜି ହୋଇଗଲେ ପିଆଜକୁ ଏକ ପାତ୍ରକୁ କାଢି ରଖନ୍ତୁ। ଏବେ ଏହି ତେଲରେ ଗୋଳାଇ ରଖିଥିବା ଚିକେନକୁ ପକାଇ ଭଲ ଭାବେ ଭାଜନ୍ତୁ। ଚିକେନ ଭାଜି ହୋଇଗଲେ ଆଞ୍ଚ ବନ୍ଦ କରି ଦିଅନ୍ତୁ। ଏହାପରେ ପୁଣି ଗ୍ୟାସରେ ଆଉ ଏକ ପାତ୍ର ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହୋଇଗଲେ ଏଥିରେ ପିଆଜ, କଞ୍ଚା ଲଙ୍କା, ପେଷା ଟମାଟୋ, ଲୁଣ ପକାଇ କଷନ୍ତୁ। କଷିବା ପରେ ପୂର୍ବରୁ ପ୍ରସ୍ତୁତ ଚିକେନ, ଗରମ ମସଲା ସାମନ୍ୟ ପାଣି ଦେଇ ଭଲ ଭାବେ ଗୋଳାନ୍ତୁ। କିଛି ସମୟ ପରେ ଏହାକୁ ଗ୍ୟାସରୁ ଏକ ପାତ୍ରକୁ କାଢି କଟା ଧନିଆପତ୍ର, ଭଜା ପିଆଜ ପକାଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଚିକେନ କଞ୍ଚା ଲଙ୍କା  ମସଲା ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories