www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ଭୁବନେଶ୍ବରରେ ୬୮୩ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୩୩୨

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଆଜି ଭୁବନେଶ୍ବରରୁ ୬୮୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ ୧୦୭ ଓ ଲୋକାଲ୍‌ କଣ୍ଟାକ୍ଟ କେସ୍‌ରେ ୫୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଭୁବନେଶ୍ବରରୁ ୩୩୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟ୍ବିଟ୍‌ କରି ସୂଚନା ଦିଆଯାଇଛି। ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯ ହଜାର ୯୨୦କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୪ହଜାର ୫୩୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଏବଂ ବିଭିନ୍ନ ହସ୍‌ପିଟାଲ୍‌ରେ ୫୧୧୩ଜଣ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୫୨ଜଣଙ୍କ ମୃତ୍ୟୁ ହୋଇଛି।
ଆଜି ଚନ୍ଦ୍ରଶେଖରପୁର, ପୋଖରୀପୁଟ, ଖାରବେଳ ନଗର, ଲିଙ୍ଗରାଜ ନଗରରୁ ଏକାଧିକକରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବରମୁଣ୍ଡା, ଚନ୍ଦ୍ରଶେଖରପୁର, ଖଣ୍ଡଗିରି, ଆଇଆରସି ଭିଲେଜ୍, ମଂଚେଶ୍ୱର, ନୟାପଲ୍ଲୀ ଆଦି ଅଂଚଳରୁ ମଧ୍ୟ ଅନେକ ଲୋକାଲ୍ କେସ୍ ସାମ୍ନାକୁ ଆସିଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories