www.samajalive.in
Wednesday, December 10, 2025
23.1 C
Bhubaneswar

ମନୋଜ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ

ଭୁବନେଶ୍ବର: ଯଶସ୍ବୀ ସାରସ୍ବତ ସାଧକ, ମନୋଜ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ମନୋଜ ଦାସଙ୍କ ଅମଳିନ ପ୍ରତିଭା ସାହିତ୍ୟ ଓ ଦର୍ଶନ ଜଗତ ପାଇଁ ସବୁବେଳେ ଏକ ଆଲୋକ ସ୍ତମ୍ଭ ହେଇ ରହିଥିବ ଵୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭାରତୀୟ କଥା ସାହିତ୍ୟ ରେ ତାଙ୍କ ସ୍ବତନ୍ତ୍ର ଶୈଳୀ ପାଇଁ ସେ ଅନନ୍ୟ। ତାଙ୍କ ବିୟୋଗରେ ଉତ୍କଳ ଜନନୀ ତାର ଅନ୍ୟତମ ସୂଯୋଗ୍ୟ ସନ୍ତାନକୁ ହରାଇଲା ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ପରଲୋକ ଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି। ରାଷ୍ଟ୍ରୀୟ ସମ୍ମାନ ସହ ସ୍ବର୍ଗତ ମନୋଜ ଦାସ ଙ୍କ ଶେଷକୃତ୍ୟ କରିବା ପାଇଁ ଓଡ଼ିଶା ସରକାରଙ୍କ ପଷରୁ ପଣ୍ଡିଚେରୀ ସରକାରଙ୍କୁ ଅନୁରୋଧ କରାଯାଇଛି।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ ରାଜ୍ୟ ସରକାରଙ୍କ ପଷରୁ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସ୍ବର୍ଗତ ଦାସଙ୍କ ଶେଷ କୃତ୍ୟରେ ଯୋଗ ଦେବେ ବୋଲି ଜଣାପଡ଼ିଛି।

Hot this week

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

Related Articles

Popular Categories