www.samajalive.in
Wednesday, December 10, 2025
18.1 C
Bhubaneswar

୩ ଗାଁ ଆବଦ୍ଧାଞ୍ଚଳ ଘୋଷିତ

କଲମପୁର: କଲମପୁର ଅଂଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୨୨୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ବୁଧବାର ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଲମପୁର ସମେତ ବଡକୁଟୃ, ଶାଗବାରୀ ଓ ଘୋଡାବନ୍ଧାରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ଶୃଙ୍ଖଳକୁ ଭାଙ୍ଗିବା ପାଇଁ ବ୍ଲକ ପ୍ରଶାସନ ନିର୍ଦେଶକ୍ରମେ କଲମପୁର ପଞ୍ଚାୟତ ତରଫରୁ କଲମପୁର ସମେତ ଶାଗବାରୀ ଓ ଘୋଡାବନ୍ଧା ଗ୍ରାମକୁ ଆବଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଛି।

ଆସନ୍ତା ୨୯ ତାରିଖଠାରୁ ମେ ୫ ତାରିଖ ପର୍ଯ୍ୟନ୍ତ ଏକ ସପ୍ତାହ ବ୍ୟାପୀ ଏହି ନିର୍ଦ୍ଦେଶ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ କେହି ସାଧାରଣ ଲୋକ ଚିକିତ୍ସା ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ବ୍ୟତୀତ ବାହାରକୁ ବାହାରିବା ମନା। ଏହା ସହ ଏହି ୭ ଦିନ କଲମପୁରରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ସମେତ ଦୋକାନ ଓ ବଜାର ସମ୍ପୂର୍ଣ୍ଣ ବନ୍ଦ ରହିବ। ଏ ନେଇ ବୁଧବାର କଲମପୁର ପଞ୍ଚାୟତ ତରଫରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ଘୋଷଣା କରାଯାଇଛି।

Hot this week

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

Related Articles

Popular Categories