www.samajalive.in
Sunday, December 7, 2025
26.1 C
Bhubaneswar

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କରୋନା ସଂକ୍ରମିତ

ଜୟପୁର : ସାରା ଦେଶରେ ହୁ ହୁ ହୋଇ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ମଧ୍ୟ ସଂକ୍ରମିତ ହୋଇ ସାରିଛନ୍ତି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କରୋନା ସଂକ୍ରମିତ ହୋଇଛନ୍ତି ବୋଲି ଗୁରୁବାର ଟ୍ୱିଟ କରି ସୂଚନା ଦେଇଛନ୍ତି। ଗୋଟିଏ ଦିନ ପୂର୍ବରୁ ଅଶୋକ ଗେହଲଟଙ୍କ ପତ୍ନୀ ସୁନୀତା ଗେହଲଟ ମଧ୍ୟ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ଏହା ଜଣାପଡିବା ପରେ ମୁଖ୍ୟମନ୍ତ୍ରୀ ଗୃହାବଦ୍ଧ ହୋଇ ରହିଥିଲେ।
ମୁଖ୍ୟମନ୍ତ୍ରୀ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି, କରୋନା ପରୀକ୍ଷା କରିବା ଦ୍ୱାରା ରିପୋର୍ଟ ପଜିଟିଭ ବୋଲି ଜଣାପଡିଥିଲା। ମୋ ମଧ୍ୟରେ କୌଣସି ଲକ୍ଷଣ ମଧ୍ୟ ଅନୁଭବ କରି ନାହିଁ। କରୋନାର ସମସ୍ତ ନିୟମାବଳୀ , ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ସବୁକିଛି ପାଳନ କରୁଛି। ଗୃହରେ ରହି ମଧ୍ୟ କାର୍ଯ୍ୟ ଜାରି ରଖିବି।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories