www.samajalive.in
Tuesday, December 9, 2025
23.1 C
Bhubaneswar

ଆବାସ ପ୍ରମାଣପତ୍ର, ପରିଚୟପତ୍ର ନ ଥିଲେ କୌଣସି କରୋନା ରୋଗୀଙ୍କୁ ଡାକ୍ତରଖାନାରେ ଚିକିତ୍ସା ପାଇଁ ମନା କରାଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦେଶର ବିଭିନ୍ନ ସ୍ଥାନରେ ବାହାର ରାଜ୍ୟର ତଥା ଦେଶର ଲୋକ ରହୁଛନ୍ତି। କରୋନା ସମୟରେ ସେମାନେ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଗଲେ କର୍ତ୍ତୃପକ୍ଷ ଆବାସ ପ୍ରମାଣପତ୍ର କିମ୍ବା ପରିଚୟପତ୍ର ମାଗୁଛନ୍ତି। ଯେଉଁଥିପାଇଁ ସେମାନଙ୍କୁ ବହୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି। ଏହାକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଆବାସ ପ୍ରମାଣପତ୍ର ଏବଂ ପରିଚୟପତ୍ର ପାଇଁ କୌଣସି ରୋଗୀଙ୍କୁ ଡାକ୍ତରଖାନାରେ ଚିକିତ୍ସା ପାଇଁ ମନା କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

ସୁପ୍ରିମକୋର୍ଟ କହିଛନ୍ତି, ସ୍ଥାନୀୟ ଆବାସ ପ୍ରମାଣପତ୍ର ନ ଥିଲେ କୋଭିଡ-୧୯ ରୋଗୀଙ୍କୁ ଡାକ୍ତରଖାନାରେ ଚିକିତ୍ସା ଏବଂ ଅତ୍ୟାବଶ୍ୟକ ଔଷଧ ଦେବା ପାଇଁ ବାରଣ କରାଯାଇ ପାରିବ ନାହିଁ। ଏହା ସହିତ ୨ ସପ୍ତାହ ମଧ୍ୟରେ ଡାକ୍ତରଖାନାରେ ଚିକିତ୍ସା ପାଇଁ ଏକ ଜାତୀୟ ନୀତି ପ୍ରସ୍ତୁତ କରି ଦାଖଲ କରିବା ଲଗି ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦେଶ ଦେଇଛନ୍ତି। ବିଚାରପତି ଡି.ୱାଇ. ଚନ୍ଦ୍ରଚୂଡ଼, ବିଚାରପତି ଏଲ. ନାଗେଶ୍ଵର ରାଓ ଏବଂ ବିଚାରପତି ରବୀନ୍ଦ୍ର ଭଟ୍ଟଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିଷ୍ପତ୍ତି ଶୁଣାଇଛନ୍ତି।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାର୍ଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories