www.samajalive.in
Sunday, December 7, 2025
15.1 C
Bhubaneswar

ବିହାରରେ ଲକଡାଉନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର

ନୂଆଦିଲ୍ଲୀ : ସାରା ଦେଶରେ କରୋନାର ଦ୍ୱିତୀୟ ତରଙ୍ଗ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦୈନିକ ଲକ୍ଷାଧିକ ସ୍ରଂକମିତ ଚିହ୍ନଟ ହୋଇଥିବା ବେଳେ ହଜାର ହଜାର ଆକ୍ରାନ୍ତଙ୍କ ମୃତ୍ୟୁ ହେଉଛି। ଏଭଳି ସମୟରେ ପରିସ୍ଥିତକୁ ଦୃଷ୍ଟିରେ ରଖି ଦେଶରେ ବିଭିନ୍ନ ରାଜ୍ୟରେ ଲକଡାଉନ ନିୟମ ଲାଗୁ କରାଯାଉଛି।
ବିହାରରେ ଆଜି ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଲକଡାଉନ ଘୋଷଣା କରିଛନ୍ତି। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଆସନ୍ତା ୧୫ ତାରିଖ ଯାଏଁ ସାରା ରାଜ୍ୟରେ ଲକଡାଉନ ଘୋଷଣା କରିଛନ୍ତି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଛଡା ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ ରଖାଯିବ। ଏନେଇ ମୁଖ୍ୟମନ୍ତ୍ରୀ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି।


ଏବେ କରୋନାର କାୟାରେ ସାରା ଦେଶରେ ହାହାକାର ସ୍ଥିତି ଦେଖାଦେଇଛି। କେଉଁଠାରେ ହସ୍ପିଟାଲରେ ଶଯ୍ୟା, ଅମ୍ଳଜାନ ସମସ୍ୟା ଦେଖାଯାଉଥିବା ବେଳେ ଶ୍ମ୍‍ଶାନ ଘାଟରେ ମଧ୍ୟରେ ଶବଦାହ ପାଇଁ ଲୋକେ ଧାଡିରେ ଠିଆ ହେଉଥିବା ଦେଖାଯାଉଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories