www.samajalive.in
Sunday, December 7, 2025
26.1 C
Bhubaneswar

ରାଜଭବନରେ କରୋନା – ମୁଖ୍ୟ ସୁରକ୍ଷା ଅଧିକାରୀଙ୍କ ସମେତ ୮ ସଂକ୍ରମିତ

ଭୁବନେଶ୍ୱର: କରୋନା ମହାମାରୀର ପ୍ରଥମ ଲହରବେଳେ ୨୦୨୦ ଡିସେମ୍ବରରେ ରାଜଭବନରେ କେତେଜଣ ସଂକ୍ରମିତ ହୋଇଥିଲେ। ୨ୟ ଲହରରେ ଏବେ ରାଜ୍ୟପାଳଙ୍କ ମୁଖ୍ୟ ସୁରକ୍ଷା ଅଧିକାରୀ ମନୋଜ ମିଶ୍ରଙ୍କ ସହ ୮ ବରିଷ୍ଠ ଅଧିକାରୀ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ସେହିପରି ରାଜଭବନରେ କାର୍ଯ୍ୟରତ କେତେ ଜଣ କର୍ମଚାରୀ ଓ ସେମାନଙ୍କ ପରିବାର ସଦସ୍ୟ ମଧ୍ୟ ଆକ୍ରାନ୍ତ ହୋଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି।

ସୂଚନା ଅନୁଯାୟୀ ଆକ୍ରାନ୍ତଙ୍କ ମଧ୍ୟରେ ଶ୍ରୀ ମିଶ୍ରଙ୍କ ସହିତ ରାଜ୍ୟପାଳଙ୍କ ସ୍ବତନ୍ତ୍ର ଅଧିକାରୀ(ଓଏସଡି) ଇନ୍ଦ୍ରଜିତ୍‍ ଖୁରାନା, ସହଅଧିକାରୀ କାଳୀଦାସ ପାତ୍ର, ଲେଖା ନିୟନ୍ତ୍ରକ ଗୌତମ ଚୌଧୁରୀ, ସହ ଲେଖା ନିୟନ୍ତ୍ରକ ମାନସ ମହାରଣା, ଉପ ଅଧିକାରୀ ଜ୍ଞାନ ରଞ୍ଜନ ମିଶ୍ର, ସହଉପ ଅଧିକାରୀ ରବିନାରାୟଣ ମହାନ୍ତି, ଜମାଦାର ନବୀନ ଚନ୍ଦ୍ର ମାଝି ପ୍ରମୁଖ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ତେବେ ରାଜଭବନ କିଭଳି କରୋନା ଦାଉରୁ ମୁକ୍ତ ରହିବ ସେନେଇ ସରକାରଙ୍କ ପକ୍ଷରୁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯିବାକୁ ବିଭିନ୍ନ ମହଲରେ ଦାବି ହୋଇଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories