www.samajalive.in
Monday, December 15, 2025
16.1 C
Bhubaneswar

ରାଜ୍ୟରେ ପୁଣି ୧୦ ହଜାର ଟପିଲା ନୂଆ ସଂକ୍ରମିତଙ୍କ ସଂଖ୍ୟା; ଦିନକରେ ୧୦,୫୨୧ ଚିହ୍ନଟ; ୧୭ ମୃତ

ଭୁବନେଶ୍ୱର: ରାଜ୍ୟରେ ପୁଣି ଉପରମୁହାଁ ହୋଇଛି କରୋନା ସଂକ୍ରମଣ। ଗତକାଲି ଗୋଟିଏ ଦିନରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଟପିଛି। ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନୂଆ ୧୦,୫୨୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୪୭୭ ଓ ସୁନ୍ଦରଗଡରୁ ୧୧୮୬ ଜଣଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ରାଜ୍ୟରେ ୧୭ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୧୨୧କୁ ବୃଦ୍ଧିପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩୮୮, ବାଲେଶ୍ୱର ୯୭, ବରଗଡ ୫୪୩, ଭଦ୍ରକ ୧୫୮, ବଲାଙ୍ଗୀର ୩୧୪, ବଉଦ ୨୫୦, କଟକ ୯୬୩, ଦେବଗଡ ୮୮, ଢେଙ୍କାନାଳ ୮୮, ଗଜପତି ୧୧୩, ଗଞ୍ଜାମରୁ ୧୯୬ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିଭଳି ଜଗତସିଂହପୁରରୁ ୨୧୭, ଯାଜପୁର ୩୭୩, ଝାରସୁଗୁଡା ୩୧୪, କଳାହାଣ୍ଡି ୩୭୧, କନ୍ଧମାଳ ୭୨, କେନ୍ଦ୍ରାପଡା ୧୨୧, କେନ୍ଦୁଝର ୧୯୪, କୋରାପୁଟ ୧୮୨, ମାଲକାନଗିରିରୁ ୮୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗୋଟିଏ ଦିନରେ ମୟୁରଭଞ୍ଜରୁ ୨୮୮, ନବରଙ୍ଗପୁର ୪୦୪, ନୟାଗଡ ୨୨୪, ନୂଆପଡା ୩୦୪, ପୁରୀ ୩୧୯, ରାୟଗଡା ୧୪୦, ସମ୍ବଲପୁର ୪୬୦, ସୋନପୁରରୁ ୧୧୨ ଏବଂ ଷ୍ଟେଟପୁଲରୁ ୨୮୨ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ୧୦୩୬୭୪୧୮ ନମୁନା ପରୀକ୍ଷା କରାଯାଇଥିବାବେଳେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦୧୬୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୪୧୬୪୦୩ ଜଣ ସୁସ୍ଥ ହୋଇସାରିଛନ୍ତି ଏବଂ ରାଜ୍ୟରେ ସକ୍ରିମୟ ସଂକ୍ରମିତଙ୍କ ସଂଖ୍ୟା ୮୧୫୮୫ ରହିଛି।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories