www.samajalive.in
Sunday, December 14, 2025
14.1 C
Bhubaneswar

ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା ବୈଠକ ଅନୁଷ୍ଠିତ

ବ୍ରହ୍ମପୁର: ସଚେତନତାର ଅଭାବ ଯୋଗୁଁ ଦୁର୍ଘଟଣା ହାର ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାକୁ ଲାଗିଛି । ସଡ଼କ ସୁରକ୍ଷା  ତଥା ଟ୍ରାଫିକ ନିୟମକୁ ଯେପରି କଡ଼ାକଡ଼ି ପାଳନ କରାଯାଇପାରିବ ସେନେଇ ଛତ୍ରପୁର ଠାରେ ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ତଥା ସଡ଼କ ସୁରକ୍ଷା କମିଟିର ଅଧ୍ୟକ୍ଷ ବିଜୟ ଅମୃତ କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଗଂଜାମ ଏସପି ବ୍ରିଜେଶ କୁମାର ରୟ, ବ୍ରହ୍ମପୁର ମହାନଗର ନିଗମର କମିଶନର ଚକ୍ରବର୍ତି ସିଂ ରାଠୋର,ବ୍ରହ୍ମପୁର ଉପଜିଲ୍ଲାପାଳ ଇଂ.ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଛତ୍ରପୁର ଉପଜିଲ୍ଲାପାଳ ଦେବବ୍ରତ ସାହୁ, ଜିଲ୍ଲା ଆଂଚଳିକ ପରିବାହନ ଅଧିକାରୀ ସଂଜୟ ବିଶ୍ୱାଳ, ଜିଲ୍ଲା ଶିକ୍ଷାଧିକାରୀ ଡ଼. ସନାତନ ପଣ୍ଡା,ଜାତୀୟ ରାଜପଥ ପ୍ରାଧିକରଣ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସମେତ ବସ୍ ମାଲିକ ସଂଘ କର୍ମକର୍ତା ଉପସ୍ଥିତ ରହି ଦୁର୍ଘଟଣାକୁ କିପରି ନିୟନ୍ତ୍ରଣ କରାଯାଇପାରିବ ଓ ଟ୍ରାଫିକ୍ ନିୟମକୁ କିପରି ସମସ୍ତେ ପାଳନ କରିବେ ସେନେଇ ବିଷଦ୍ ଆଲୋଚନା ହୋଇଥିଲା । ସେପ୍ଟେମ୍ବର ୧ରୁ ସହରରେ ସିସିଟିଭି ଲାଗିବ ଓ ବେଆଇନ ଭାବେ ରାସ୍ତାକଡ଼ରେ ଗାଡ଼ି ରଖିଲେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ନିଷ୍ପତି ନିଆଯାଇଥିଲା । ନିୟମିତ ଟ୍ରାଫିକ୍ ଯାଂଚ ସହ ସ୍କୁଲ ଛୁଟିପରେ ଶିକ୍ଷକ ମାନେ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ରାସ୍ତାପାର କରିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories