www.samajalive.in
Tuesday, December 9, 2025
26.1 C
Bhubaneswar

ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରୁ ୧୦୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୧୦୧୯

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରୁ ୧୦୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ ୧୫୪ ଏବଂ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୮୮୦ ଚିହ୍ନଟ କରାଯାଇଛି। ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୫୨୬୩୦କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪୨୧୫୫ଜଣ ସୁସ୍ଥ ହୋଇଇିବାବେଳେ ୧୦୦୭୫ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୭୯ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଆଜି ନୟାପଲ୍ଲୀ ଓ ପଟିଆରୁ ସର୍ବାଧିକ ୫୪ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖଣ୍ଡଗିରି ଓ ଲକ୍ଷ୍ମୀସାଗରରୁ ୪୦ ଲେଖାଏଁ ଏବଂ ପୁରୁଣା ଭୁବନେଶ୍ବରରୁ ୩୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ସୂଚନା ଦିଆଯାଇଛି।

Hot this week

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

Related Articles

Popular Categories