www.samajalive.in
Monday, December 8, 2025
20.1 C
Bhubaneswar

ଦିନକ ପରେ ବଢ଼ିବ ପାରଦ

ଭୁବନେଶ୍ୱର: ଦିନକ ପରେ ବିଭିନ୍ନ ସ୍ଥାନରେ ସର୍ବାଧିକ ତାପମାତ୍ରା ପ୍ରାୟ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଶନିବାର ବିଭିନ୍ନ ସ୍ଥାନରେ କାଳବୈଶାଖୀ କାରଣରୁ ସର୍ବାଧିକ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ରାଜ୍ୟରେ ସବୁଠୁ ଅଧିକ ୪୦.୫ ଡିଗ୍ରୀ ରେକର୍ଡ କରାଯାଇ ଥିବାବେଳେ ଭୁବନେଶ୍ୱର ୩୯.୭, ବଲାଙ୍ଗିର ୩୯.୨, ଟିଟିଲାଗଡ ୩୯.୫ ଏବଂ ପାରଳାଖେମୁଣ୍ଡିରେ ୩୯ ଡିଗ୍ରୀ ରହିଛି। ଅନ୍ୟାନ୍ୟ ସ୍ଥାନଗୁଡିକରେ ଦିନ ତାପମାତ୍ରା ୩୮ ଡିଗ୍ରୀ ତଳେ ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ବୌଦ୍ଧ, କନ୍ଧମାଳ, ନୟାଗଡ, କଳାହାଣ୍ଡି, ଗଜପତି ଏବଂ ରାୟଗଡା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ଏହାକୁ ଲକ୍ଷ୍ୟ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ସମ୍ବଲପୁର, ରାୟଗଡା, ଗଜପତି, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଏବଂ ନୟାଗଡା ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା (ୟେଲୋ ୱାର୍ଣ୍ଣିଂ) ଜାରି କରାଯାଇଛି। ସତର୍କ ସୂଚନା ଦିଆଯାଇ ଥିବା ଜିଲାଗୁଡିକରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ। ବିଜୁଳି ଘଡଘଡି ସହ ବର୍ଷା ହେବ। ଏଥିପାଇଁ ସତର୍କ ରହିବା ନିମନ୍ତେ ଜିଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ୍‍ ଆୟୁକ୍ତ(ଏସ୍‍ଆରସି)ଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories