www.samajalive.in
Monday, December 8, 2025
13.1 C
Bhubaneswar

ସୁନ୍ଦରଗଡ଼ ଏବଂ ଅନୁଗୁଳ ଜିଲ୍ଲାରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ : ଧର୍ମେନ୍ଦ୍ର ପ୍ରଧାନ

-ଏମସିଏଲ ଦ୍ୱାରା ସୁନ୍ଦରଗଡ଼ ଜିଲ୍ଲାର ବସୁନ୍ଧରାରେ ଗୋଟିଏ ଏବଂ ଅନୁଗୁଳ ଜିଲ୍ଲାର ଜଗନ୍ନାଥ ଏବଂ ସୁଭଦ୍ରା ଅଂଚଳରେ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବ
-ଏମଏସିଏଲ ବୋର୍ଡର ଅନୁମୋଦନ ପାଇଁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ
ଜଣାଇଲେ
-ସୁନ୍ଦରଗଡ ଲୋକସଭା ସାଂସଦ ଜୁଏଲ ଓରାମ, ବରଗଡ ସାଂସଦ ସୁରେଶ ପୂଜାରୀ ଏବଂ ଢେଙ୍କାନାଳ ସାଂସଦ
ମହେଶ ସାହୁଙ୍କ ପତ୍ର ଆଧାରରେ ଲେଖିଥିଲେ ଚିଠି

ନୂଆଦିଲ୍ଲୀ/ଭୁବନେଶ୍ୱର : ସୁନ୍ଦରଗଡ଼ ଏବଂ ଅନୁଗୁଳ ଜିଲ୍ଲାରେ ଦୁଇଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ପ୍ରତିଷ୍ଠା କରିବା ପାଇଁ ମହାନଦୀ କୋଲ ଫିଲ୍ଡ(ଏମସିଏଲ୍‍) ବୋର୍ଡ ଅନୁମୋଦନ ଦେଇଥିବାରୁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ତୈଳ ଓ ପ୍ରାକୃତିକ ବାସ୍ପ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି।
କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତବର୍ଷ ସେପ୍ଟେମ୍ବର ୨୦ ତାରିଖରେ ସୁନ୍ଦରଗଡ ଲୋକସଭା ସାଂସଦ ଜୁଏଲ ଓରାମ,ବରଗଡ ସାଂସଦ ସୁରେଶ ପୂଜାରୀ ଏବଂ ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କ ପତ୍ର ଆଧାରରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ପତ୍ର ଲେଖି ଏମସିଏଲ୍‍ ଦ୍ୱାରା ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ଅନୁଗୁଳ ଜିଲ୍ଲାରେ ୩ଟି କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଥିଲେ। ଏହାଦ୍ୱାରା ଉକ୍ତ ଜିଲ୍ଲାର ଛାତ୍ରଛାତ୍ରୀମାନେ ବିଶେଷ ଭାବେ ଉପକୃତ ହୋଇପାରିବେ ବୋଲି ସେ ପତ୍ରରେ ଉଲ୍ଲେଖ କରିଥିଲେ।
ଏହି ପତ୍ରର ପ୍ରତ୍ୟୁତରରେ ଶ୍ରୀ ଯୋଶୀ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ପତ୍ର ଲେଖି କହିଛନ୍ତି ଯେ ସୁନ୍ଦରଗଡ଼ ଜିଲ୍ଲାର
ବସୁନ୍ଧରାରେ ଗୋଟିଏ ଏବଂ ଅନୁଗୁଳ ଜିଲ୍ଲାର ଜଗନ୍ନାଥ ଏବଂ ସୁଭଦ୍ରା ଅଂଚଳରେ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟ
ପ୍ରତିଷ୍ଠା କରିବା ପାଇଁ ଏମଏସିଏଲ ବୋର୍ଡ ଅନୁମୋଦନ ଦେଇଥିବା କହିଛନ୍ତି।
ପ୍ରାଥମିକ ଶିକ୍ଷା ସ୍ତରରେ ଅଧିକରୁ ଅଧିକ ଛାତ୍ରଛାତ୍ରୀ ଶିକ୍ଷା ଗ୍ରହଣ କରିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି
ସମ୍ପନ୍ନ ଜାତୀୟ ଶିକ୍ଷା ନୀତି ୨୦୨୦ରେ ମୁଖ୍ୟ ପ୍ରସଙ୍ଗ ରହିଛି। ଏହି ଖଣିଖାଦାନ ଅଂଚଳରେ କେନ୍ଦ୍ରୀୟ ବିଦ୍ୟାଳୟ
ପ୍ରତିଷ୍ଠା ହେବା ଦ୍ୱାରା ଛାତ୍ରଛାତ୍ରୀମାନେ ବିଶେଷ ଭାବରେ ଗୁଣାତ୍ମକ ଶିକ୍ଷା ପାଇପାରିବେ ଏବଂ ସ୍ଥାନୀୟ ଲୋକଙ୍କର
ଆକାଂକ୍ଷା ମଧ୍ୟ ପୂରଣ ହୋଇପାରିବ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories