www.samajalive.in
Thursday, December 11, 2025
15.1 C
Bhubaneswar

ଇସ୍ତଫା ଦେଲେ ସୋନୱାଲ, ହିମନ୍ତ ବିଶ୍ଵଶର୍ମା ହୋଇପାରନ୍ତି ଆସାମର ନୂଆ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଆସାମର ବିଦାୟୀ ମୁଖ୍ୟମନ୍ତ୍ରୀ ସବାନନ୍ଦ ସୋନୱାଲ ରବିବାର ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜପାଳ ଜଗଦୀଶ ମୁଖୀଙ୍କୁ ପ୍ରଦାନ କରିଛନ୍ତି। ଅନ୍ୟପଟେ ହିମନ୍ତ ବିଶ୍ଵ ଶର୍ମା ଆସାମର ନୂଆ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି କୁହାଯାଉଛି। ଆଜି ବିଜେପି ବିଧାୟକ ଦଳ ବୈଠକ ବସିଥିଲା। ଖୁବଶୀଘ୍ର ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରାଯିବ ବୋଲି ସୂଚନା ମିଳିଛି।

ସୋନୱାଲ ଏବଂ ବିଶ୍ଵ ଶର୍ମା ଆସାମ ବିଧାନସଭାରେ ପହଞ୍ଚିଛନ୍ତି। ରାଜ୍ୟ ନେତୃତ୍ଵ କିଏ ନେବ ସେ ସମ୍ପର୍କରେ ଏଠାରେ ନିଷ୍ପତ୍ତି ନିଆଯିବ। ରାଜ୍ୟରେ ଚଳିତ ବିଧାନସଭା ନିର୍ବାଚନରେ ବିଜେପି ନେତୃତ୍ଵାଧୀନ ମେଣ୍ଟ ସରକାର ବହୁମତ ହାସଲ କରିଥିଲା। ଏହା ପରେ ମୁଖ୍ୟମନ୍ତ୍ରୀ ପଦବୀ ଲାଗି ସୋନୱାଲ ଏବଂ ବିଶ୍ଵ ଶର୍ମା ଦୁଇ ଜଣ ଦାବିଦାର ଥିବାରୁ କେନ୍ଦ୍ରୀୟ ନେତୃବୃନ୍ଦ ହସ୍ତକ୍ଷେପ କରିଥିଲେ।

- Advertisement -

ଗତ ଶନିବାର ସୋନୱାଲ ଏବଂ ବିଶ୍ଵ ଶର୍ମାଙ୍କୁ ଦିଲ୍ଲୀ ଡକାଯାଇଥିଲା। ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ସ୍ବାରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦଙ୍କ ଉପସ୍ଥିତିରେ ଅଙ୍କକଷା ହୋଇଥିଲା। ରବିବାର ବିଧାନସଭାରେ ବିଜେପି ବିଧାୟକ ଦଳ ବୈଠକ ବସିଛି। ଏଥିରେ ନୂଆ ମୁଖ୍ୟମନ୍ତ୍ରୀ କିଏ ହେବ ସେ ନେଇ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories