www.samajalive.in
Wednesday, December 10, 2025
16.1 C
Bhubaneswar

ରାଜ୍ୟସଭା ସାଂସଦ ତଥା ପ୍ରସିଦ୍ଧ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ବର :  ରାଜ୍ୟସଭା ସାଂସଦ ତଥା ପ୍ରସିଦ୍ଧ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ ଘଟିଛି। କରୋନା ସଂକ୍ରମିତ ହୋଇ ସେ ଭୁବନେଶ୍ବର ଏମ୍ସରେ  ଚିକିତ୍ସିତ ହେଉଥିଲେ। ରବିବାର ଅପରାହ୍ଣରେ ୭୮ ବୟସରେ ତାଙ୍କର ଦେହାନ୍ତ ହୋଇଯାଇଛି। ଭୁବନେଶ୍ବର ଏମ୍ସ ନିର୍ଦେଶିକା ବି.ଗିତାଞ୍ଜଳୀ ଏହି ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇ ଗତ ୨୨ ତାରିଖରେ ସେ ଏମ୍‌ସରେ ଭର୍ତ୍ତି ହୋଇଥିଲେ। ଜଣେ ଲବ୍ଧ ପ୍ରତିଷ୍ଠିତ ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ଭାବେ ସେ ଆନ୍ତର୍ଜାତୀୟ ସ୍ତରରେ ସୁନାମ ଅର୍ଜନ କରିଥିଲେ। ରଘୁନାଥ ମହାପାତ୍ର ପଦ୍ମଶ୍ରୀ, ପଦ୍ମ ଭୂଷଣ ଓ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ ହୋଇଥିଲେ।

ଗତ ୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୂରଭାଷ ଜରିଆରେ ଶ୍ରୀ ମହାପାତ୍ରଙ୍କ ପୁଅଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ଏହାପୂର୍ବରୁ ନୂଆଦିଲ୍ଲୀସ୍ଥିତ ଏମ୍ସ ନିର୍ଦେଶକ ଡା. ରଣଦୀପ ଗୁଲେରିଆ ତାଙ୍କୁ ଚିକିତ୍ସା କରୁଥିବା ବିଶେଷଜ୍ଞ ଦଳ ଏବଂ ଏମ୍ସ ନିର୍ଦେଶିକା ଡା. ବି ଗୀତାଞ୍ଜଳୀ ସହ ଆଭାସୀ ସମ୍ମିଳନୀ ଜରିଆରେ କଥା ହୋଇଥିଲେ।

- Advertisement -

ରଘୁନାଥ ମହାପାତ୍ରଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି

Hot this week

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

Related Articles

Popular Categories