www.samajalive.in
Sunday, December 7, 2025
16.1 C
Bhubaneswar

ବିଶ୍ବର ବିଭିନ୍ନ ପ୍ରମୁଖ ଟିକା କମ୍ପାନୀରୁ ଟିକା ସଗ୍ରହ ପାଇଁ ରାଜ୍ୟ ସରକାର ଆହ୍ବାନ କରିବେ ବିଶ୍ବସ୍ତରୀୟ ଟେଣ୍ଡର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । କୋଭିଡ଼୧୯ ମହାମାରୀ ବିରୁଦ୍ଧରେ ଆମର ଲଢ଼େଇରେ କୋଭିଡ଼ ଯୋଦ୍ଧା ମାନେ ଯେପରି ନିଷ୍ଠା ଓ ତ୍ୟାଗ ମନୋଭାବ ନେଇ କାମ ଜାରି ରଖିଛନ୍ତି ରାଜ୍ୟ କ୍ୟାବିନେଟ ତା’ର ଉଚ୍ଚ ପ୍ରଶଂସା କରିଛି। କୋଭିଡ଼ ବିରୁଦ୍ଧରେ ଚାଲିଥିବା ଲଢ଼େଇ ରେ ରାଜ୍ୟ ସରକାର ନେଇ ଥିବା ବିଭିନ୍ନ ପଦକ୍ଷେପ ଯଥା ଟେଷ୍ଟି, ଟ୍ରେସିଂ, ଭ୍ୟାକ୍ସିନେସନ୍‌ ଏବଂ ଲକ୍‌ଡାଉନ୍‌ ଇତ୍ୟାଦିରେ ଓଡ଼ିଶାବାସୀ ଯେଭଳି ସହଯୋଗ ଯୋଗାଇ ଆସିଛନ୍ତି ସେଥିପାଇଁ ରାଜ୍ୟ କ୍ୟାବିନେଟ ରାଜ୍ୟ ବାସୀଙ୍କ ନିକଟରେ କୃତଜ୍ଞ ବୋଲି କୁହାଯାଇଛି।
ଭବିଷ୍ୟତ କୋଭିଡ଼ ସକ୍ରମଣରୁ ରାଜ୍ୟ ବାସୀଙ୍କୁ ସୁରକ୍ଷା ଦେବା ତଥା ଅମୂଲ୍ୟ ଜୀବନ ରଷା କରିବା ନିମନ୍ତେ ଟୀକାକରଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ। ଇସ୍ରାଏଲ ପରି ଦେଶ ଯେଉଁ ମାନେ କି ତାଙ୍କ ଜନସଂଖ୍ୟାର ବୃହତର ଭାଗର ଟିକାକରଣ କରିସାରିଛନ୍ତି, ସେମାନେ ଏବେ ସ୍ବାଭାବିକତା ଆଡ଼କୁ ଫେରୁଛନ୍ତି। ରୋଗର ଜଟିଳତା ହ୍ରାସ କରି ରୋଗୀର ଜୀବନ ରଷା ଦିଗରେ ଟିକାକରଣ ବହୁତ ଫଳପ୍ରଦ ହେଉଥିବା ଜଣାପଡିଛି। ବିପଦପୂର୍ଣ୍ଣ କାର୍ଯ୍ୟ ପରିବେଶ ସତ୍ତ​ କୋଭିଡ଼ ଯୁଦ୍ଧ ରେ ନିୟୋଜିତ ଆମର ଆଗ ଧାଡ଼ି କର୍ମଚାରୀ ତଥା ସ୍ବାସ୍ଥ୍ୟ ସେବାରେ ନିୟୋଜିତ କର୍ମଚାରୀ ମାନେ ଯେଉଁ ମାନଙ୍କର ସମ୍ପୂର୍ଣ୍ଣ ଟିକାକରଣ ହୋଇଯାଇଛି। ଟିକା ନେଇଥିବା ବ୍ୟକ୍ତି ମାନଙ୍କର ସଂକ୍ରମଣ ହେଲେ ବି ତାହା ବହୁତ କମ୍ ଲଷଣ ଯୁକ୍ତ ହେଉଥିବା ଦେଖାଯାଉଛି।

- Advertisement -

ଏହି ପରିପ୍ରେକ୍ଷୀରେ ଓଡ଼ିଶାବାସୀଙ୍କ ପାଇଁ ଟିକା ସଗ୍ରହ ନିମନ୍ତେ ସର୍ବୋତ୍ତମ ଚେଷ୍ଟା କରିବା, ଟିକା ଯୋଗାଣକୁ ସୁନିଶ୍ଚିତ କରି ରାଜ୍ୟବାସୀଙ୍କୁ ସୁରଷିତ ରଖିବା ଏବଂ ଶୀଘ୍ର ରାଜ୍ୟରେ ସ୍ବାଭାବିକ ଅବସ୍ଥା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ। ଏହି ଉଦ୍ଦେଶ୍ୟରେ ଓଡ଼ିଶାବାସୀ ଯେପରି ସୁବିଧାରେ ଟିକା ପାଇ ପାରିବେ ସେଥିପାଇଁ ବିଶ୍ବର ବିଭିନ୍ନ ପ୍ରମୁଖ ଟିକା କମ୍ପାନୀରୁ ଟିକା ସଗ୍ରହ ନିମନ୍ତେ ପଦକ୍ଷେପ ନିଆଯିବ। ଏଥିପାଇଁ ଏକ ବିଶ୍ବସ୍ତରୀୟ ଟେଣ୍ଡର ଆହ୍ବାନ କରିବାକୁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି କରିଛନ୍ତି। ଆମର ବିପଦସକୁଳ ଜନସାଧାରଣଙ୍କର ଶୀଘ୍ର ଟିକାକରଣ ଏବଂ ମୂଲ୍ୟବାନ ଜୀବନର ସୁରକ୍ଷା ସହିତ ଲୋକଙ୍କ ଜୀବନଜୀବିକାର ପୁନସ୍ଥାପନରେ ଏହା ସହାୟକ ହେବ। ଏଥିପାଇଁ ଏକ ବୈଷୟିକ କମିଟି ଗଠନ କରାଯିବ ଏବଂ ଏହା ବିଶଦ ବ୍ୟବସ୍ଥା ଉପରେ ଧ୍ୟାନ ଦେବ।
ଟିକା ଉପରୁ ସମସ୍ତ ପ୍ରକାର ଟିକସ ଉଠାଇ ଦେବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ନିକଟରେ ଦାବି ଜଣାଇଛନ୍ତି। ଏହା ଫଳରେ ରାଜ୍ୟ ଅର୍ଥନୀତି ଉପରେ କମ୍ ଚାପ ପଡ଼ିବ ଏବଂ ସାର୍ବଜନୀନ ଟୀକାକରଣ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମରେ ଏହା ବିଶେଷ ସହାୟକ ହେବ। କୋଭିଡ଼ ବିରୁଦ୍ଧରେ ଚାଲିଥିବା ଏ ଲଢ଼େଇ ଏକ ବହୁତ ଲମ୍ବା ଲଢ଼େଇ। ତେଣୁ କେନ୍ଦ୍ର ସରକାର ବିଭିନ୍ନ ସେସ୍ ଓ ସରଚାର୍ୟ ଜରିଆରେ ଆଦାୟ କରୁଥିବା ଅତିରିକ୍ତ ସମ୍ବଳକୁ ରାଜ୍ୟ ମାନଙ୍କ ମଧ୍ୟ ରେ ଉପଯୁକ୍ତ ଭାବରେ ବଣ୍ଟନ କରାଯିବାର ଆବଶ୍ୟକତା ରହିଛି। ଏହି ଜଟିଳ ପରିସ୍ଥିତିରେ କୋଭିଡ଼ ଲଢ଼େଇରେ ରାଜ୍ୟ ମାନଙ୍କ ଅର୍ଥିକ ସ୍ଥିତିକୁ ମଜବୁତ କରିବାରେ ଏହା ଶକ୍ତି ଯୋଗାଇବ। ରାଜ୍ୟ ସରକାର ତାଙ୍କର ଉପଲବ୍ଧ ସମ୍ବଳର ବିନିଯୋଗ କରି କୋଭିଡ଼ ବିରୁଦ୍ଧରେ ଲଢ଼େଇକୁ ଜୋରଦାର କରିବା ଏବଂ କୋଭିଡ଼ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇବା ପାଇଁ ତାଙ୍କର ଦୃଢ଼ ସକଳ୍ପର ପୁନଘୋଷଣା କରୁଛନ୍ତି।
ଏହି ଅଵସରରେ ରାଜ୍ୟ କ୍ୟାବିନେଟ କୋଭିଡ଼ ନିୟମାବଳୀ ଯଥା ଠିକ୍ ଭାବେ ମାସ୍କ ପିନ୍ଧିବା, ବାରମ୍ବାର ସାବୁନରେ ଭଲ ଭାବେ ହାତ ଧୋଇବା, ସାମାଜିକ ଦୂରତା ରଷା କରିବା, ଘରେ ରହିବା ଏବଂ ଆବଶ୍ୟକତା ନ ଥିଲେ ବାହାରକୁ ନ ଯିବା ଆଦିକୁ କଡ଼ାକଡ଼ି ଭାବରେ ପାଳନ କରିବା ପାଇଁ ଜନସାଧାରଣ ଙ୍କୁ ବିନମ୍ର ଅନୁରୋଧ
କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories