www.samajalive.in
Saturday, December 13, 2025
26.1 C
Bhubaneswar

ବେଗୁନିଆରେ ସାମ୍ବାଦିକଙ୍କୁ ଟିକା ପ୍ରଦାନ 

ବେଗୁନିଆ: ବେଗୁନିଆ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଆଜି ବେଗୁନିଆ ବ୍ଲକ ଅଂଚଳରେ କାର୍ୟ୍ୟରତ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କରୋନା ଟିକାର ପ୍ରଥମ ପାନ ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ କାର୍ୟ୍ୟରତ ସାମ୍ବାଦିକମାନଙ୍କୁ କୋଭିଡ ଯୋଦ୍ଧା ଘୋଷଣା କରିବା ପରେ ସେମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକାକରଣରେ ସାମିଲ କରିବାକୁ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦେଶ ପ୍ରଦାନ କରିଥିଲେ। ଏହି ପରିପ୍ରେକ୍ଷୀରେ ଆଜି ସ୍ୱତନ୍ତ୍ର ଭାବେ ଆୟୋଜିତ କରାଯାଇ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ୧୦ ଜଣ ସାମ୍ବାଦିକଙ୍କୁ କୋଭିଡ ଟିକା ପ୍ରଦାନ କରାଯାଇଛି । ବେଗୁନିଆରେ କାର୍ୟ୍ୟରତ ଆୟୁଷ ଡାକ୍ତର ମଧୁସୂଦନ ସୁବୁଦ୍ଧି ଏବଂ ଜନସ୍ଵାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ପ୍ରବାସିନୀ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ୱବାଧାନରେ ସାମ୍ବାଦିକମାନଙ୍କୁ ଟିକା ପ୍ରଦାନ କରାଯାଇଛି । ଖୋର୍ଦ୍ଧା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମାନସରଞ୍ଜନ ବିଶ୍ୱାଳ, ରଘୁନାଥ ସେଠୀ ଏବଂ ବେଗୁନିଆ ବ୍ଲକ ନୋଡାଲ ଅଫିସର ଦେବାଶିଷ ସାହୁ ପ୍ରମୁଖ ଟିକା ପ୍ରଦାନରେ ସହାୟତା କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories