www.samajalive.in
Monday, December 8, 2025
13.1 C
Bhubaneswar

ଗୁଜରାଟ ଆଡକୁ ମୁହାଁଇବ ବାତ୍ୟା ‘ତୌକ୍ତେ’

ଦକ୍ଷିଣ-ପୂର୍ବ ଆରବ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ବାତ୍ୟା ରୂପ ନେବ। ଏହାକୁ ‘ତୌକ୍ତେ’ ନାମରେ ନାମକରଣ କରାଯାଇଛି। ଆସନ୍ତା ଶନିବାର ଏହା ସାମୁଦ୍ରିକ ଝଡ଼ର ରୂପ ନେବାକୁ ଥିବାବେଳେ ରବିବାର ସୁଦ୍ଧା ଅତି ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହି ବାତ୍ୟା ଗୁଜରାଟ ଏବଂ ପାକିସ୍ତାନ ଉପକୂଳ ଆଡକୁ ମୁହାଁଇବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି।

ଲକ୍ଷାଦ୍ବୀପ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଆଇଏମଡି ବାତ୍ୟାକୁ ନିରୀକ୍ଷଣ କରିବା ସହିତ କେଉଁ ଦିଗରେ ଏହା ଗତି କରିବ ତାହା ଉପରେ ନଜର ରଖିଛି। ବାତ୍ୟା ପ୍ରଭାବରେ ମେ ୧୪ରୁ ୧୭ ତାରିଖ ମଧ୍ୟରେ ଲକ୍ଷାଦ୍ବୀପ, କେରଳ, ତାମିଲନାଡୁ, କର୍ଣ୍ଣାଟକ ଉପକୂଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଗୋଆ ଏବଂ ଦକ୍ଷିଣ କୋଙ୍କଣ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଇଏମଡି ପୂର୍ବାନୁମାନ କରିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories