www.samajalive.in
Friday, December 12, 2025
26.1 C
Bhubaneswar

କାଳିଆ ଯୋଜନା ଚାଷୀଙ୍କ ମୁହଁରେ ହସ ଆଣିଛି, ଋଣ ଭାର ଲାଘବ କରିଛି:ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର: ଆସନ୍ତା କାଲି ଅଷୟତୃତୀୟା। ରାଜ୍ୟର ଚାଷୀ ପରିବାର ପାଇଁ ଏକ ଆନନ୍ଦ ର ଦିନ। ଚାଷ କାମର ଅନୁକୂଳ କାଲି ଠାରୁ ଆରମ୍ଭ ହୋଇଥାଏ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀ ଭାଇ ଭଉଣୀ ମାନଙ୍କୁ ଶୁଭେଛା ଜଣାଇବା ସହ ରାଜ୍ୟର ୪୨ ଲଷ ଚାଷୀ ପରିବାରର ବ୍ୟାଙ୍କ ଖାତାରେ ଖରିଫ ୨୦୨୧ ପାଇଁ କାଳିଆ ଯୋଜନାରେ ୯୨୦ କୋଟି ଟଙ୍କା ଜମା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ରାଜ୍ୟର ଛୋଟ ଚାଷୀ, ନାମ ମାତ୍ର ଚାଷୀ ଓ ଭୂମିହୀନ ଚାଷୀ ପରିବାର ସମସ୍ତେ ଏହି କାଳିଆ ଯୋଜନାର ସହାୟତା ପାଇ ଏହାକୁ ଚାଷ କାମରେ ତଥା ଜୀବନ ଜୀବିକାର ଉନ୍ନତି ରେ ଲଗେଇବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଚାଷୀଙ୍କ ପାଇଁ ସାରା ଦେଶରେ କାଳିଆ ଯୋଜନା ସବୁଠାରୁ ଭଲ ଯୋଜନା।
ଏହି ଯୋଜନା ଚାଷୀ ମୁହଁ ରେ ହସ ଆଣିଛି। ଚାଷୀର ଋଣ ଭାର ଲାଘବରେ ମଧ୍ୟ ଏହା ସହାୟକ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଚାଷୀଙ୍କ ତ୍ୟାଗର ଉଚ୍ଚ ପ୍ରଶସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଆମର ଗର୍ବ ଓ ଗୌରବ। ଦେଶ ଓ ସମାଜ ପାଇଁ ଚାଷୀର ତ୍ୟାଗର ତୁଳନା ନାହିଁ। ଗତବର୍ଷ କୋଭିଡ଼ ସମୟରେ ଚାଷୀ ହିଁ ଅର୍ଥନୀତିକୁ ସଜୀବନୀ ପରି ଶକ୍ତି ଦେଇଥିଲା। ତେଣୁ ଚାଷୀଙ୍କ ତ୍ୟାଗର ମୂଲ୍ୟ କେହି ଦେଇ ପାରିବ ନାହିଁ ବୋଲି ଶ୍ରୀ ପଟ୍ଟନାୟକ ମତ ଦେଇଥିଲେ।

- Advertisement -

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ମୋ ରାଜ୍ୟର ଚାଷୀ ଭଲରେ ରହୁ। ତା’ ର ରୋଜଗାର ବଢୁ ତା ପରିବାରରେ ସମୃଦ୍ଧି ଆସୁ। ଏଥିପାଇଁ ମୁଁ କାମ କରୁଛି ଓ କରିଚାଲିବି। କୋଭିଡ଼ ସମ୍ପର୍କରେ ସଚେତନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ
ଏବେ ଆମେ କୋଭିଡ଼ ସକ୍ରମଣର ଦ୍ବିତୀୟ ଲହରର ସାମନା କରୁଛେ। ସକ୍ରମଣକୁ ନିୟନ୍ତ୍ରଣ କରିବାକୁ ତାଲାବନ୍ଦ ଚାଲିଛି। କିନ୍ତୁ କୃଷି ଷେତ୍ର ପାଇଁ କୌଣସି ତାଲାବନ୍ଦ ନାହିଁ। ତେଣୁ ଚାଷୀ ଭାଇମାନେ କୋଭିଡ଼ ନିୟମ ମାନି ଚାଷ କାମ ଜାରି ରଖିବା ସହିତ ସରକାରଙ୍କ ବିଭିନ୍ନ କୃଷି ବିକାଶ ଯୋଜନାର ସୁଯୋଗ ମଧ୍ୟ ନେବା ସେ ପାଇଁ ଆହ୍ବାନ ଦେଇଛନ୍ତି। ଶେଷରେ ଚଳିତ ବର୍ଷ ପାଇଁ ଭଲ ପାଗ, ଭଲ ଫସଲ ଓ ଚାଷୀ ପରିବାରର ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବା ସହ ମୁଖ୍ୟମନ୍ତ୍ରୀ ସରକାରଙ୍କ କୋଭିଡ଼ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ସମସ୍ତଙ୍କୁ ପୁଣି ଥରେ ନିବେଦନ କରିଥିଲେ।
ସୂଚନାଯୋଗ୍ୟ ଯେ କାଳିଆ ଯୋଜନା ରାଜ୍ୟ ସରକାରଙ୍କ ଶ୍ରେଷ୍ଠ କୃଷି କଲ୍ୟାଣ ଯୋଜନା। ଏହି ଯୋଜନାରେ ଲଷ ଲଷ ଛୋଟ ଚାଷୀ, ନାମ ମାତ୍ର ଚାଷୀ ଓ ଭୂମି ହୀନ ଚାଷୀ ପରିବାର ଉପକାର ପାଉଛନ୍ତି। କାଳିଆ ସହାୟତାରେ ଚାଷୀ କୃଷି ସାମଗ୍ରୀ କିଣିବା ବେ​‌େ​‌ଳ ଭୂମି ହୀନ ଚାଷୀ ଛେଳି କୁକୁଡ଼ା ବତକ ପାଳନ ଆଦିରେ ବିନିଯୋଗ କରି ତାଙ୍କ ପରିବାରର ରୋଜଗାର ବଢାଇଥାଏ।

ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, କାଳିଆ ଯୋଜନା କିପରି କୋଭିଡ଼ ସମୟରେ ଚାଷୀ ପରିବାର ପାଇଁ ଉପାଦେୟ ସାବ୍ୟସ୍ତ ହୋଇପାରିଛି ତା’ ଉପରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ, ମୁଖ୍ୟମନ୍ତ୍ରୀଙ୍କ କାର୍ଯାଳୟର ମୁଖ୍ୟ ପରାମର୍ଶ ଦାତା, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

Related Articles

Popular Categories