www.samajalive.in
Sunday, December 7, 2025
26.1 C
Bhubaneswar

ବ୍ଲାକ ଫଙ୍ଗସ୍‌ ପାଇଁ ବିଶେଷଜ୍ଞ କମିଟି ଗଠିତ: ଶୀଘ୍ର ଚିହ୍ନଟ ହେବ ରୋଗ, ତ୍ବରିତ ନିଦାନ ପାଇଁ ନିଆଯିବ ପଦକ୍ଷେପ

ଭୁବନେଶ୍ୱର: କରୋନା ସଂକ୍ରମଣରୁ ସୁସ୍ଥ ହେବା ପରେ ରୋଗୀଙ୍କଠାରେ ବ୍ଲାକ ଫଙ୍ଗସରେ ଆକ୍ରାନ୍ତ ହେଉଥିବା ଦେଖିବାକୁ ମିଳୁଛି। ଓଡ଼ିଶାରେ ମଧ୍ୟ ବ୍ଲାକ୍‌ ଫଙ୍ଗସ ରୋଗୀ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛ। ରାଜ୍ୟରେ ବ୍ଲାକ୍ ଫଙ୍ଗସ୍ ରୋଗର ଶୀଘ୍ର ଚିହ୍ନଟ ଓ ଏହାର ମୁକାବିଲା ପାଇଁ ଏକ ଗାଇଡଲାଇନ୍ ପ୍ରସ୍ତୁତ ପାଇଁ ଆଜି ରାଜ୍ୟ ସରକାର ୭ଜଣିଆ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ଏହାସହିତ ପ୍ରତ୍ୟେକ ସରକାରୀ ମେଡିକାଲ କଲେଜରେ ବ୍ଲାକ୍ ଫଙ୍ଗସ୍ ରୋଗର ଚିକିତ୍ସା ପାଇଁ ଏକ ବିଶେଷଜ୍ଞ କମିଟି ଗଠନ କରିବା ସହ ସବୁ ଘରୋଇ ଓ ସରକାରୀ ହସ୍ପିଟାଲ ନିୟମିତ ଭାବେ ଏହି ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ସମ୍ପର୍କରେ ଜନସ୍ୱାସ୍ଥ୍ୟ ନିର୍ଦେଶାଳୟକୁ ତଥ୍ୟ ପ୍ରଦାନ କରିବାକୁ ହେବ ବୋଲି ରାଜ୍ୟ ସରକାର ନିର୍ଦେଶ ଜାରି କରିଛନ୍ତି।

 

- Advertisement -

ରାଜ୍ୟରେ କୋଭିଡ ରୋଗୀଙ୍କ ମଧ୍ୟରେ ବ୍ଲାକ୍ ଫଙ୍ଗସ୍ ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାକୁ ଦୃଷ୍ଟିରେ ରଖି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଆଜି ଏକ ରାଜ୍ୟସ୍ତରୀୟ କମିଟି ଗଠନ କରିଛନ୍ତି। କଟକ ଏସସିବି ମେଡ଼ିକାଲ କଲେଜର ମାଇକ୍ରୋବାୟୋଲୋଜି ବିଭାଗ ମୁଖ୍ୟ ପ୍ରଫେସର ଡାକ୍ତର ନିରୁପମା ଚଇନି ଏହି କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି। ସେହିପରି କମିଟିର ସଦସ୍ୟ ଆବାହକ ଭାବେ ଜନସ୍ୱାସ୍ଥ୍ୟ ନିର୍ଦେଶକ ଡା.ନିରଞ୍ଜନ ମିଶ୍ର ରହିଛନ୍ତି। ଏସସିବି ମେଡିକାଲ କଲେଜର ମେଡ଼ିସିନ, ଇଏନ୍‌ଟି, ଛାତି ରୋଗ ବିଶେଷଜ୍ଞ ବିଭାଗ ମୁଖ୍ୟ ସମେତ ୫ଜଣ ପ୍ରଫେସରଙ୍କୁ ଏହି କମିଟିର ସଦସ୍ୟ ରଖାଯାଇଛି। ଏହି କମିଟି ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହେଉଥିବା ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କୁ ତଦାରଖ କରିବା ସହ ଏହି ରୋଗକୁ ତୁରନ୍ତ ଚିହ୍ନଟ ଓ ନିରାକରଣ ପାଇଁ ଏକ ଗାଇଡଲାଇନ୍ ପ୍ରସ୍ତୁତ କରିବ। ରୋଗୀଙ୍କ ସ୍ଥିତି ତର୍ଜମା କରି କମିଟି ଗାଇଡ୍‌ଲାଇନ ଜାରି କରିବ ବୋଲି କୁହାଯାଇଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories