www.samajalive.in
Tuesday, December 9, 2025
16.1 C
Bhubaneswar

ଗୋଆ ଚିକିତ୍ସା ମହାବିଦ୍ୟାଳୟରେ ଅମ୍ଳଜାନ ଅଭାବରୁ ଆଉ ୮ ରୋଗୀ ମୃତ, ୫ ଦିନରେ ଗଲାଣି ୮୩ ଜୀବନ

ଗୋଆରେ ଅମ୍ଳଜାନ ଅଭାବରୁ କରୋନା ରୋଗୀଙ୍କ ମୃତ୍ୟୁ ଜାରି ରହିଛି। ଗୋଆ ଚିକିତ୍ସା ମହାବିଦ୍ୟାଳୟରେ ଶନିବାର ରାତିରେ ପୁଣି ୮ ରୋଗୀ ଅମ୍ଳଜାନ ନ ମିଳିବାରୁ ପ୍ରାଣ ହରାଇଛନ୍ତି। କେବଳ ଏହି ଗୋଟିଏ ଘଟଣା ନୁହେଁ, ଗତ ୫ ଦିନ ମଧ୍ୟରେ ଏହି ଡାକ୍ତରଖାନାରେ ଅମ୍ଳଜାନ ଅଭାବରୁ ୮୩ ରୋଗୀ ପ୍ରାଣ ହରାଇଲେଣି, ଯାହା ଅତ୍ୟନ୍ତ ଚିନ୍ତାର ବିଷୟ। ପ୍ରଶାସନିକ ଅବହେଳାରୁ ବାରମ୍ବାର ଏଠାରେ ଏପରି ଘଟଣା ଘଟୁଥିବା ଅଭିଯୋଗ ହୋଇଛି। ବିରୋଧୀ ଦଳଗୁଡ଼ିକ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେମାନେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି।

ଅନ୍ୟପଟେ ଅମ୍ଳଜାନ ଅଭାବରୁ ରୋଗୀଙ୍କ ମୃତ୍ୟୁ ଘଟୁନାହିଁ ବୋଲି ସଫେଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ। ସେ କହିଛନ୍ତି, ରୋଗୀମାନଙ୍କୁ ଗୁରୁତର ଅବସ୍ଥାରେ ଆଣି ଡାକ୍ତରଖାନାରେ ଭର୍ତ୍ତି କରାଯାଉଛି, ଯେଉଁଥିପାଇଁ ଶେଷ ମୁହୂର୍ତ୍ତରେ ସେମାନଙ୍କର ମୃତ୍ୟୁ ଘଟୁଛି। ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣରେ ଅମ୍ଳଜାନ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

- Advertisement -

ଅନ୍ୟପଟେ ଡାକ୍ତରଖାନା ପକ୍ଷରୁ କୁହାଯାଇଛି ଯେ, ଅଧିକାଂଶ ମୃତ୍ୟୁ ଅମ୍ଳଜାନ ଅଭାବରୁ ହୋଇନାହିଁ, ବରଂ କରେନା ଯୋଗୁ ନିମୋନିଆରେ ଆକ୍ରାନ୍ତ ହୋଇ ରୋଗୀ ପ୍ରାଣ ହରାଉଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories