www.samajalive.in
Sunday, December 7, 2025
23.1 C
Bhubaneswar

ସନ୍ଧ୍ୟା ୬ଟାର ମୁଖ୍ୟ ଖବର

ଦେଶର ଗ୍ରାମାଞ୍ଚଳରେ କୋଭିଡ ପରିଚାଳନା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ନୂତନ ମାର୍ଗଦର୍ଶିକା ଜାରି

ସମସ୍ତ ନଗର, ଉପନଗର, ଗ୍ରାମାଞ୍ଚଳ ଓ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳକୁ କ୍ରମଶଃ ସଂକ୍ରମଣ ଦୃଷ୍ଟିରୁ ମନ୍ତ୍ରଣାଳୟ ପକ୍ଷରୁ ପ୍ରାଥମିକ ସ୍ତରରେ ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ସୁଦୃଢ଼ କରାଇବା ଉପରେ ଗୁରୁତ୍ୱ ଦିଆଯାଇଛି

ଦେଶରେ କରେନା ଟିକାକରଣ : ଟିକା ନେଲେଣି ୧୮କୋଟି ୨୨ଲକ୍ଷ ୨୦ ହଜାର ୧୬୪

କରେନା ଟିକାକରଣ ; ୬୦ ବର୍ଷରୁ ଅଧିକ: ୩୯.୮%, ୪୫-୬୦ ବର୍ଷ: ୪୫.୪%, ୩୦-୪୫ ବର୍ଷ: ୯.୫%, ୧୮-୩୦ ବର୍ଷ: ୫.୩% ଟିକା ନେଲେଣି

–ଏପର୍ଯ୍ୟନ୍ତ ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ୨୦କୋଟିରୁ ଊର୍ଦ୍ଧ୍ବ କୋଭିଡ୍‍ ଟିକା ଦିଆଯାଇ ସାରିଲାଣି

– ଜୁଲାଇ ସୁଦ୍ଧା ଭାରତରେ ୫୧.୬ କୋଟି ଟିକା ଉପଲବ୍ଧ ହେବ: ହର୍ଷବର୍ଦ୍ଧନ

–ଭାରତରେ ପହଞ୍ଚିଲା ୨ୟ ପର୍ଯ୍ୟାୟ ସ୍ପୁଟନିକ–ଭି ଟିକା, ଆସନ୍ତା ସପ୍ତାହରୁ ବଜାରରେ ହେବ ଉପଲବ୍ଧ

– ଗୋଆ ଚିକିତ୍ସା ମହାବିଦ୍ୟାଳୟରେ ଅମ୍ଳଜାନ ଅଭାବରୁ ଆଉ ୮ ରୋଗୀ ମୃତ, ୫ ଦିନରେ ଗଲାଣି ୮୩ ଜୀବନ

–ଦିଲ୍ଲୀରେ ଆଉ ଏକ ସପ୍ତାହ ତାଲାବନ୍ଦ ଅବଧି ବଢ଼ିଲା

– ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୧୧ ହଜାର ୧୭୦ କରୋନା ସଂକ୍ରମିତ ଚିହ୍ନଟ ଓ ୪୦୭୭ ମୃତ

– କରୋନାରେ କଂଗ୍ରେସ ସାଂସଦ ରାଜୀବ ସାତଭଙ୍କ ଦେହାନ୍ତ

– ଭାରତର କୋଭିଡ ସ୍ଥିତି ବିଶ୍ୱର ଅନ୍ୟ ସବୁରାଷ୍ଟ୍ର ଠାରୁ ଭଲ ରହିଛି: ଜନ୍‍ ହପକିନ୍ସ ବିଶ୍ୱବିଦ୍ୟାଳୟ

– ପଶ୍ଚିମବଙ୍ଗରେ ଆଜିଠାରୁ ତାଲାବନ୍ଦ, ମଇ ୩୦ ପର୍ଯ୍ୟନ୍ତ ରହିବ କଟକଣା

୨ୟ ତରଙ୍ଗରେ ଫଳପ୍ରଦ ହେଉନି ପ୍ଲାଜମା ଥେରାପି, ଚିକିତ୍ସା ପରିଚାଳନା ନିର୍ଦେଶାବଳୀରୁ ହଟାଯିବାକୁ ନିଷ୍ପତ୍ତି

– ସ୍ଥଳଭାଗ ଛୁଇଁବା ପୂର୍ବରୁ ‘ତୌକ୍‌ତେ’ର ତାଣ୍ଡବ; କର୍ଣ୍ଣାଟକରେ ୪ ମୃତ, ବୈଠକ ଡକାଇଲେ ଶାହ

– ଅତି ଭୟଙ୍କର ସାମୁଦ୍ରିକ ଝଡ ରୂପନେଲା ତଉକତେ: ୧୮ରେ ଗୁଜରାଟ ଉପକୂଳ ଅତିକ୍ରମ କରିବ

– ଉଲଫା (ଆଇ)ର ଅସ୍ତ୍ରବିରତି ଘୋଷଣା

କୋଭିଡ୍‌ ସଂକ୍ରମଣ ହ୍ରାସ ପାଇଁ ଗଞ୍ଜାମ ଜିଲାବାସୀଙ୍କୁ ଜିଲାପାଳଙ୍କ ନିବେଦନ, ବିବାହ ଉତ୍ସବକୁ ଯିବା ପୂର୍ବରୁ ଆଣ୍ଟିଜେନ୍‌ ପରୀକ୍ଷା କରିବା ବାଧ୍ୟତାମୂଳକ

ବର ଓ କନ୍ୟା ସହ ୫୦ ଅତିଥିଙ୍କୁ କୋଭିଡ୍‌ ଟେଷ୍ଟ କରିବାକୁ ଅନୁରୋଧ

– ରାଜ୍ୟର ୧୭ ଜିଲାରେ ବର୍ଷା ସମ୍ଭାବନା, ପାଣିପାଗ କେନ୍ଦ୍ରର ପୂର୍ବାନୁମାନ

ରାଜ୍ୟରେ ଫିଲ୍ମ ଓ ସିରିଏଲ ସୁଟିଂ ଉପରେ କଟକଣା ଲଗାଇଲେ ସରକାର, ସମସ୍ତ ପ୍ରକାର ଇନଡୋର ଓ ଆଉଟଡୋର ସୁଟିଂ ଉପରେ ପ୍ରତିବନ୍ଧକ

– ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୯ ଆକ୍ରାନ୍ତ

-ରାଜ୍ୟରେ ଦିନକରେ ୧୧୭୩୨ ନୂଆ କରୋନା ସଂକ୍ରମିତ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ ୧୭୧୦

– ଘରୋଇ କମ୍ପାନୀ କର୍ମଚାରୀଙ୍କ ପାଇଁ ପୁଲିସର ଇ-ଅନୁମତି ବ୍ୟବସ୍ଥା

– ପ୍ରଥମରୁ ଅଷ୍ଟମ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଚିନ୍ତା, ଗଠନ ହେଲା ବିଶେଷଜ୍ଞ କମିଟି

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories