www.samajalive.in
Monday, December 8, 2025
27.1 C
Bhubaneswar

ଅମରେନ୍ଦ୍ରଙ୍କ ଜନ୍ମମାଟି କେନ୍ଦ୍ରାପଡ଼ାରେ ଶୋକର ଛାୟା

କେନ୍ଦ୍ରାପଡ଼ା : ପ୍ରସିଦ୍ଧ ଓ ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକରେ ତାଙ୍କ ଜନ୍ମମାଟି କେନ୍ଦ୍ରାପଡ଼ାରେ ଶୋକର ଛାୟା ଖେଳିଯାଇଛ।
ସେ ୧୯୫୮ ମସିହା ଫେବୃଆରୀ ୬ ତାରିଖରେ କେନ୍ଦ୍ରାପଡ଼ା ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ। ଓଡ଼ିଆ ଚଳଚ୍ଚିତ୍ର ସୁନା ପଞ୍ଜରୀର ‘ପୁଚୁକି ଗାଲି ଫେସନ ବାଲି… ଗୀତ ତାଙ୍କୁ ଘରେ ଘରେ ପରିଚିତ କରାଇଥିଲା। ଏହା ବ୍ୟତୀତ ସେ ଅନେକ ଭଜନ, ଯାତ୍ରା ଓ ଅନେକ ଚଳଚ୍ଚିତରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। ତାଙ୍କର ଏହି ଅକାଳ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଅପୂରଣୀୟ କ୍ଷତି।

ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

- Advertisement -

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି।
ସେ କହିଛନ୍ତି ଯେ – ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ସଙ୍ଗୀତ ଜଗତ ପାଇଁ ଶ୍ରୀ ମହାନ୍ତିଙ୍କ ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି।

ସେହିପରି କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି।
ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଆ ସଙ୍ଗୀତ ଜଗତର ଖ୍ୟାତନାମା ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତି ତଥା ଆମ ସମସ୍ତଙ୍କ ପ୍ରିୟ ବୁଲୁ ଭାଇଙ୍କ ଅକାଳ ବିୟୋଗର ଖବର ପାଇ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ତାଙ୍କ ଏପରି ଅକଳା ବିୟୋଗରେ ଫିଲ୍ମ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମନେ କରାଯାଉଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories