www.samajalive.in
Sunday, December 7, 2025
16.1 C
Bhubaneswar

ଶିବସୁନ୍ଦର ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟିଂ କୋଚ

ଭୁବନେଶ୍ବର: ଭାରତୀୟ କ୍ରିକେଟ୍ ଟିମର ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ୍ ତଥା ଓଡ଼ିଆ ତାରକା ଖେଳାଳୀ ଶିବସୁନ୍ଦର ଦାସଙ୍କୁ ବିସିଆଇ ପକ୍ଷରୁ ନୂଆ ଦାୟିତ୍ବ ପ୍ରଦାନ କରାଯାଇଛି। ଶିବସୁନ୍ଦର ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟିଂ କୋଚ ଭାବେ ନିଯୁକ୍ତି ପ୍ରଦାନ କରାଯଇଛି।
ମିଳିଥିବା ସୂଚନା ଅନୁଯାୟୀ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆଗାମୀ ଇଂଲଣ୍ଡ ଟୁର୍ ପାଇଁ ଶିବସୁନ୍ଦର ଦାସଙ୍କୁ ଭାରତୀୟ ମହିଳା କ୍ରିକେଟ୍ ଟିମର ବ୍ୟାଟିଂ କୋଚ୍ ଭାବେ ନିଯୁକ୍ତ କରିଛି। ସେହିପରି ଦିଲ୍ଲୀର ପୂର୍ବତନ ୱିକେଟକିପର ଅଭୟ ଶର୍ମାଙ୍କୁ ଫିଲ୍ଡିଂ କୋଚ୍ ଭାବେ ନିଯୁକ୍ତ କରାଯାଇଛି।

 

- Advertisement -

ସିନିୟର ମହିଳା ଟିମର ବ୍ୟାଟିଂ କୋଚ୍ ଭାବେ ନିଯୁକ୍ତି ପାଇ ଶିବସୁନ୍ଦର ଦାସ ବହୁତ ଖୁସି ହୋଇଛନ୍ତି। ଶିବସୁନ୍ଦର ଦାସ କହିଛନ୍ତି ଯେ ମହିଳା ଟିମ୍‌ର ଆସନ୍ତା ଇଂଲଣ୍ଡ ଟୁର୍ ମୋ ପାଇଁ ଚାଲେଞ୍ଜିଂ ରହିବ। ପ୍ରଥମଥର ଲାଗି ମୁଁ ଭାରତୀୟ ମହିଳା ଟିମ୍ ସହ କାମ କରିଛି । ତେଣୁ ଏହା ମୋ ପାଇଁ ଏକ ରୋମାଞ୍ଚକର ସମୟ । ମୁଁ ମୋ ଦାୟିତ୍ୱ ବହନ କରିବାକୁ ନେଇ ଉତ୍ସାହିତ। ମୋ ପାଇଁ ଏହି ଦାୟିତ୍ୱ ନିଶ୍ଚିତ ଚ୍ୟାଲେଞ୍ଜିଂ ହେବ, କାରଣ ମୁଁ ଜଣେ ଖେଳାଳି ଭାବେ ଇଂଲଣ୍ଡ ଗସ୍ତ କରିଛି ଏବଂ ସେଠାରେ ଅନେକ ଲିଗ୍ କ୍ରିକେଟ୍‌ ଖେଳିଛି । ସେଠାକାର ପରିବେଶ ସହ ମୁଁ ପରିଚିତ ଅଛି। ତେଣୁ ମୁଁ ମୋର ଅଭିଜ୍ଞତାକୁ ଟିମ୍ ସହ ବାଣ୍ଟିବାକୁ ଚାହିଁବି। ଏବେ ମୋର ସମ୍ପୂର୍ଣ୍ଣ ଫୋକସ୍ ଇଂଲଣ୍ଡ ଟୁର୍ ଉପରେ ରହିବ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories