www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ପୁଣି ୧୧୫୧ କରୋନା ଆକ୍ରାନ୍ତ ଚିହ୍ନଟ; ସୁସ୍ଥ ହେଲେ ୮୯୬

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ(ବିମଏମ୍‌ସି) ଅଞ୍ଚଳରେ ପୁଣି ୧୧୫୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ ୧୮୪ ଏବଂ ଲୋକାଲ କଣ୍ଟାକ୍ଟ କେସ ୯୬୭ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୩୬୪୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୫୧୦୫୬ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୨୭୩ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୯୯ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ପୁରୁଣା ଭୁବନେଶ୍ବରରୁ ସର୍ବାଧିକ ୬୫ ଚିହ୍ନଟ ହୋଇଛନ୍ତି। ସେହିପରି ପଟିଆ ୨୪, ନୟାପଲ୍ଲୀ ୫୩, ଝାରପଡ଼ା, ବରମୁଣ୍ଡା ଓ ଡୁମୁଡୁମାରୁ ୩୭ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ଆଜି ଭୁବନେଶ୍ବରୁ ୮୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories