www.samajalive.in
Monday, December 8, 2025
24.1 C
Bhubaneswar

ଆସୁଛି ବାତ୍ୟା: ୨୬ରେ ଉପକୂଳ ମହାଁଇବ, ୨୫ ସନ୍ଧ୍ୟାରୁ ବର୍ଷା ଆରମ୍ଭ ହେବ

ନୂଆଦିଲ୍ଲୀ: ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ବଙ୍ଗୋପସାଗରରେ ବାତ୍ୟା ଆସୁଛି, ଏହା ମେ’ ୨୬ରେ ଉପକୂଳ ମୁହାଁଇବ। ମେ’ ୨୨ରେ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। କ୍ରମେ ଏହା ଘନୀଭୂତ ହୋଇ ୭୨ ଘଣ୍ଟା ପରେ ବାତ୍ୟା ରୂପ ନେବ। ସେହିପରି ମେ’ ୨୫ ତାରିଖ ସୁଦ୍ଧା ବାତ୍ୟାର ରୂପ ନେବ ଲଘୁଚାପ କ୍ଷେତ୍ର। ବାତ୍ୟାରେ ପରିଣତ ହୋଇ ଏହାର ଉତ୍ତର ପଶ୍ଚିମ ଦିଗରେ ଆଗେଇବ। ବର୍ତ୍ତମାନ ଆକଳନ ଅନୁଯାୟୀ ମେ’ ୨୬ତାରିଖ ସକାଳେ ଉପକୂଳ ମୁହାଁଇବ।

 

- Advertisement -

ଆଇଏମ୍‌ଡି ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ଓଡ଼ିଶା-ପଶ୍ଚିମବଙ୍ଗ ମଧ୍ୟରେ ଉପକୂଳ ଛୁଇଁବା ଅନୁମାନ କରାଯାଉଛି। ତେକେ କେଉଁଠି ଉପକୂଳ ଛୁଇଁବ ଏବେ ଠୁ କହିବା ସମ୍ଭବ ନୁହେଁ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏ ନେଇ ସଠିକ ଆକଳନ କରାଯିବ। ତେବେ ଓଡ଼ିଶା ଉପରେ ନିଶ୍ଚିତ ପ୍ରଭାବ ପଡ଼ିବ। ମେ’ ୨୫ ତାରିଖ ସନ୍ଧ୍ୟାରୁ ଉପକୂଳରେ ବର୍ଷା ଆରମ୍ଭ ହେବ। ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ସେହିପରି ମେ’ ୨୧ରୁ ୨୪ ପର୍ଯ୍ୟନ୍ତ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଯିବାକୁ ବାରଣ କରାଯାଇଥିବାବେଳେ ମେ’ ୨୪ରୁ ୨୭ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପ ସାଗରକୁ ଯିବାକୁ ମନା କରାଯାଇଛି ବୋଲି ଆଇଏମ୍‌ଡି ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories