www.samajalive.in
Saturday, December 13, 2025
26.1 C
Bhubaneswar

ଡାକ୍ତର ପଦବୀ ପୂରଣ ଦାବିରେ ବିନିକା ୧୨ ଘଣ୍ଟିଆ ବନ୍ଦ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲା ବିନିକାରେ ମଙ୍ଗଳବାର ଦିନ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ବିନିକା ଡାକ୍ତରଖାନାରେ ଖାଲି ଥିବା ଡାକ୍ତର ପଦବୀ ପୂରଣ ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି। ଏହା ଫଳରେ ସମସ୍ତ ସରକାରୀ, ବେସରକାରୀ ସ୍କୁଲ,କଲେଜ ଓ କାର୍ଯ୍ୟାଳୟ ବନ୍ଦ ରହିଛି।
ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ବର୍ଷ ବର୍ଷ ଧରି ଡାକ୍ତରଙ୍କ ଅଭାବ ଯୋଗୁଁ ଲୋକମାନେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ ଏହି ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ଦାବି ରଖିଛନ୍ତି ଲୋକମାନେ। ପୂର୍ବରୁ ମଧ୍ୟ ଖାଲି ଡାକ୍ତର ପଦବୀ ପାଇଁ ବାରମ୍ବାର ବନ୍ଦ ଡାକରା ଦିଆଯିବା ସତ୍ୱେ ପ୍ରଶାସନ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନଥିବା ଅଭିଯୋଗ ହୋଇଛି। ୨ଦିନ ମଧ୍ୟରେ ଏହି ସମସ୍ୟାର କୌଣସି ଉଚିତ ପଦକ୍ଷେପ ନିଆ ନଗଲେ ଆନ୍ଦୋଳନ ଆହୁରି ବ୍ୟାପକ କରାଯିବ ବୋଲି ସ୍ଥାନୀୟ ଲୋକେ ଚେତାବନୀ ଦେଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories