www.samajalive.in
Sunday, December 7, 2025
23.1 C
Bhubaneswar

ସ୍ୱାସ୍ଥ୍ୟସେବା କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକା

ଭୁବନେଶ୍ୱର : ରାଜ୍ୟରେ ସ୍ୱାସ୍ଥ୍ୟସେବା ଯୋଗାଉଥିବା ଡାକ୍ତର, ନର୍ସ ଓ ପାରାମେଡିକାଲ ଷ୍ଟାଫମାନଙ୍କ ପରିବାର ସଦସ୍ୟଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକାକରଣ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଆଜି ଏ ନେଇ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସମସ୍ତ ଜିଲ୍ଲାପାଳ, ମହାନଗର ନିଗମର କମିଶନର ଓ ବିଭାଗୀୟ ଅଧିକାରୀଙ୍କୁ ଏ ସମ୍ପର୍କରେ ପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି। ପ୍ରତ୍ୟେକ ଜିଲ୍ଲାରେ ସ୍ୱାସ୍ଥ୍ୟକର୍ମୀମାନଙ୍କ ପରିବାରକୁ ଚିହ୍ନଟ କରି ଟିକା ପ୍ରଦାନ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ନିଜ ଜୀବନକୁ ବାଜି ଲଗାଇ ସ୍ୱାସ୍ଥ୍ୟକର୍ମୀମାନେ ଏହି କରୋନା ସଙ୍କଟ ସମୟରେ ସଂକ୍ରମିତ ମାନଙ୍କର ଚିକିତ୍ସା କରୁଛନ୍ତି। ଏହି ସ୍ୱାସ୍ଥ୍ୟକର୍ମୀଙ୍କ ସଂସ୍ପର୍ଶରେ ତାଙ୍କ ପରିବାର ଲୋକ ଆସୁଥିବାରୁ ସେମାନେ ବି ସଂକ୍ରମିତ ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ଚଳିତବର୍ଷ ଜାନୁୟାରୀ ୧୬ ତାରିଖଠାରୁ ରାଜ୍ୟରେ ସର୍ବପ୍ରଥମେ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଟିକା ପ୍ରଦାନ କରାଯାଇଥିଲା।
ବର୍ତ୍ତମାନସୁଦ୍ଧା ରାଜ୍ୟରେ ୯୫ ପ୍ରତିଶତ ସ୍ୱାସ୍ଥ୍ୟକର୍ମୀ ଟିକା ନେଇ ସାରିଛନ୍ତି ବୋଲି ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଏହି ପତ୍ରରେ ଉଲ୍ଲେଖ କରାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories