ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ହୋଇଛି। ଦିନକରେ ଆଉ ୨ଲକ୍ଷ ୭୬ ହଜାର ୦୭୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୭,୭୨,୪୦୦କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩,୮୭୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୨,୮୭,୧୨୨ରେ ପହଞ୍ଚିଛି। ୨୪ ଘଣ୍ଟାରେ ୩,୬୯,୦୭୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ମୋଟ ୨,୨୩,୫୫,୪୪୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୧,୨୯,୮୭୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।



