www.samajalive.in
Tuesday, December 9, 2025
23.1 C
Bhubaneswar

୨୪ରେ ବାତ୍ୟା ରୂପ ନେବ, ୨୬​‌ରେ ସ୍ଥଳଭାଗ ଛୁଇଁବ ‘ୟାସ୍‌’

ଆରବ ସାଗରରେ ସୃଷ୍ଟ ବାତ୍ୟା ତାଉ-ତେ ମହାରାଷ୍ଟ୍ର ଏବଂ ଗୁଜରାଟରେ ବ୍ୟାପକ କ୍ଷୟକ୍ଷତି ଘଟଣାଇଥିବାବେଳେ ବଙ୍ଗୋଗସାଗରରେ ଆଉ ଏକ ବାତ୍ୟା ସୃଷ୍ଟି ହେବାକୁ ଯାଉଛି। ଏହାର ନାମ ରଖାଯାଇଛି ‘ୟାସ’। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଓଡ଼ିଶା ଏବଂ ପଶ୍ଚିମବଙ୍ଗକୁ ସତର୍କତା ଜାରି କରିଛନ୍ତି। ଆସନ୍ତା ୨୬ ତାରିଖରେ ଉଭୟ ରାଜ୍ୟ ଉପରେ ବାତ୍ୟାର ପ୍ରଭାବ ପରିଲକ୍ଷିତ ହେବ ବୋଲି କୁହାଯାଇଛି।

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଅନୁସାରେ, ବଙ୍ଗୋପସାଗରରେ ଶନିବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଆସନ୍ତା ସୋମବାର ସୁଦ୍ଧା ଏହା ସାମୁଦ୍ରିକ ଝଡ଼ରେ ପରିଣତ ହୋଇପାରେ। ଏହି ସାମୁଦ୍ରିକ ଝଡ଼ର ନାମ ‘ୟାସ’ ରଖାଯାଇଥିବାବେଳେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆସନ୍ତା ୨୬ ତାରିଖ ବେଳକୁ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସ୍ଥଳଭାଗ ଛୁଇଁବ।

- Advertisement -

ବାତ୍ୟାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଆନ୍ଧ୍ରପ୍ରଦେଶ, ଓଡ଼ିଶା, ତାମିଲାନାଡୁ, ପଶ୍ଚିମବଙ୍ଗ ଏବଂ ଆଣ୍ଡାମାନ-ନିକୋବର ପ୍ରଶାସନକୁ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି। ଜରୁରୀ ଔଷଧ ଗଚ୍ଛିତ ରଖିବା ସହିତ ତାହାକୁ ଠିକ୍‌ ସମୟରେ ଯୋଗାଣ କରିବାକୁ କେନ୍ଦ୍ର ପକ୍ଷରୁ କୁହାଯାଇଛି। ବାତ୍ୟା ପ୍ରଭାବରେ ଓଡ଼ିଶାର ୧୪ ଜିଲାରେ ହାଇ-ଆଲର୍ଟ ଜାରି କରିବାକୁ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପରିସ୍ଥିତିର ମୁକାବିଲା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ନୌସେନା ଏବଂ ତଟରକ୍ଷୀ ବାହିନୀଙ୍କୁ ପ୍ରସ୍ତୁତ ରହିବାକୁ କୁହାଯାଇଛି।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories