www.samajalive.in
Monday, December 8, 2025
24.1 C
Bhubaneswar

ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ନେଇ ଭାରତ ସରକାର ସମ୍ପୂର୍ଣ୍ଣ ସହଯୋଗ କରିବା ପାଇଁ ପ୍ରସ୍ତୁତ : ଧର୍ମେନ୍ଦ୍ର ପ୍ରଧାନ

ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ନେଇ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହ ଆଲୋଚନା କରିବି

ଭୁବନେଶ୍ୱର : ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ‘ୟାସ୍‍’କୁ ନେଇ ପ୍ରାକ୍‍ ପ୍ରସ୍ତୁତି ଏବଂ ତାହାର ମୁକାବିଲା ପାଇଁ ହୋଇଥିବା ପ୍ରସ୍ତୁତି ଉପରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ଭାରତୀୟ ପାଣିପାଗ (ଆଇଏମଡ଼ି) ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ଏନଡ଼ିଆରଏଫ ଡ଼ିଜି ସତ୍ୟ ନାରାୟଣ ପ୍ରଧାନଙ୍କ ସହ ଭିଡ଼ିଓ କନଫରେନ୍ସିଂ ଜରିଆରେ କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମୀକ୍ଷା କରିଛନ୍ତି।
ଶ୍ରୀ ପ୍ରଧାନ କହିଛନ୍ତି ଯେ ସମ୍ଭାବ୍ୟ ବାତ୍ୟାର ସ୍ଥିତି ଏବଂ ଅବସ୍ଥିତି ନେଇ ବିସ୍ତୁତ ଭାବରେ କଥା ହେବା ସହ ଏନଡ଼ିଆରଏଫ୍‍ ଦ୍ୱାରା ହୋଇଥିବା ପ୍ରସ୍ତୁତି ଉପରେ ମଧ୍ୟ ଆଲୋଚନା ହୋଇଛି। ଏନଡ଼ିଆରଏଫ୍‍ ଓଡ଼ିଶାକୁ ସମସ୍ତ ପ୍ରକାର ସହଯୋଗ ତଥା ବିପର୍ଯ୍ୟୟ ସୁରକ୍ଷା ବଳ ନିୟୋଜିତ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୃତ ରହିଥିବା ଡ଼ିଜି ଏସ.ଏନ ପ୍ରଧାନ ଅବଗତ କରାଇଛନ୍ତି।

- Advertisement -

ସମ୍ଭାବ୍ୟ ବାତ୍ୟା ନେଇ ଭାରତ ସରକାର ସମ୍ପୂର୍ଣ୍ଣ ସହଯୋଗ କରିବା ପାଇଁ ପ୍ରସ୍ତୁତ। ଏ ନେଇ ସେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହ ଆଲୋଚନା କରିବେ ବୋଲି କହିଛନ୍ତି। ଭାରତ ସରକାର ଏବଂ ରାଜ୍ୟ ସରକାରଙ୍କ ସମନ୍ୱୟରେ ଏହି ବାତ୍ୟାର ମୁକାବିଲା କରିପାରିବା। ଲୋକମାନେ ଭୟଭୀତ ନହୋଇ ସଜାଗ ରହିବାର ଆବଶ୍ୟକତା ରହିଛି ବୋଲି ଶ୍ରୀ ପ୍ରଧାନ କରିଛନ୍ତ।

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories