www.samajalive.in
Monday, December 8, 2025
27.1 C
Bhubaneswar

ମହାନଦୀରେ ବୁଡ଼ି ବାଳକ ମୃତ

ଚୌଦ୍ୱାର: ଚୌଦ୍ୱାର ଥାନା ଅନ୍ତର୍ଗତ ନୂଆପାଟଣା ଗ୍ରାମ ନିକଟରେ ମହାନଦୀରେ ବୁଡ଼ି ଗ୍ରାମର ତଇର୍‍ ମହମ୍ମଦଙ୍କ ପୁଅ ଆଜମଲ୍‍(୧୦ବର୍ଷ)ଙ୍କ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ଆଜମଲ୍‍ ଓ ଗ୍ରାମର କିଛି ଲୋକ ଏବଂ ପିଲା ଗ୍ରାମ ନିକଟ ମହାନଦୀ ଘାଟରେ ଗାଧୋଉଥିବା ବେଳେ ନଦୀ ତଳ ଚୋରା ବାଲିରେ ଗୋଡ଼ ଖସି ଯିବାରୁ ସେ ପାଣିରେ ବୁଡ଼ି ଯାଇଥିଲା। ନଦୀ ଘାଟରେ ଥିବା ଲୋକମାନେ ଆଜମଲକୁ ବହୁତ ଖୋଜାଖୋଜି କରି ମଧ୍ୟ ପାଇ ନଥିଲେ। ଖବରପାଇ ଚୌଦ୍ୱାର ଆଇଆଇସି ବିରଞ୍ଚି ନାରାୟଣ ପତି ଘଟଣାସ୍ଥଳରେ ପହଞ୍ଚି ଚୌଦ୍ୱାର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀମାନେ ନଦୀ ଭିତରେ ଦୀର୍ଘ ୨ଘଣ୍ଟା କାଳ ଖୋଜାଖୋଜି ପରେ ଆଜମଲର ଶବକୁ ଉଦ୍ଧାର କରିଥିଲେ। ପୁଲିସ ଶବକୁ ବ୍ୟବଚ୍ଛେଦ ପାଇଁ କଟକ ବଡ଼ ଡାକ୍ତରଖାନାକୁ ପଠାଇଛନ୍ତି। ଆଜମଲର ଅକାଳ ମୃତ୍ୟୁରେ ନୂଆପାଟଣା ଗ୍ରାମରେ ଶୋକର ଛାୟା ଖେଳି ଯାଇଛି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories