www.samajalive.in
Saturday, December 6, 2025
26.1 C
Bhubaneswar

ସାପ କାମୁଡ଼ାରେ ଜଣେ ମୃତ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବଡ଼ ନୂଆଗାଁ ଗ୍ରାମରେ ଆଜି ଜଣେ ବ୍ୟକ୍ତିଙ୍କର ସାପ କାମୁଡାରେ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ବିଶି ମୁଣ୍ଡା ( ୪୫) ବୋଲି ଜଣାପଡିଛି। ସେ ଆଜି ଦିନ ୧ଟା ପାଖାପାଖି ସମୟରେ ଘର ପାଖ ହୁଡ଼ିକୁ ପଥର ତାଡିବାକୁ ଯାଇଥିବା ବେଳେ ସେଠାରେ ତାଙ୍କୁ ଏକ ବିଷଧର ସାପ କାମୁଡି ଦେଇଥିଲା। ଏହା ଜାଣି ଘର ଲୋକେ ପ୍ରଥମେ ତାଙ୍କୁ ଗୁଣିଆ ଦ୍ବାରା ଝଡ଼ା ଫୁଙ୍କା କରିଥିଲେ। ଅବସ୍ଥା ଗୁରୁତର ହେବାରୁ ୧୦୮ ଯୋଗେ ପାଟଣା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories