www.samajalive.in
Sunday, December 14, 2025
15.1 C
Bhubaneswar

ବାତ୍ୟା ୟସ୍‍ ମୁକାବିଲା ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ୟସ୍‍ର ମୁକାବିଲା ସମ୍ପର୍କରେ ପ୍ରଧାନମନ୍ତ୍ରୀ ଆଜି ଏକ ସମୀକ୍ଷା ବୈଠକ କରିଛନ୍ତି। ୟସ୍‍ ଚଳିତ ମାସ ୨୬ ତାରିଖରେ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗର ସୁନ୍ଦରବନ ମଧ୍ୟବର୍ତ୍ତୀ ଅଂଚଳରେ ଭୂଭାଗ ଅତିକ୍ରମ କରିବା ସମ୍ଭାବନା ରହିଥିବାବେଳେ ତାହାର ମୁକାବିଲା ଦିଗରେ ନିଆଯାଇଥିôବା ପଦକ୍ଷେପ ସମ୍ପର୍କରେ ପ୍ରଧାନମନ୍ତ୍ରୀ ବରିଷ୍ଠ ଅଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ। ଏହି ବୈଠକରେ ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଏନଡିଏମଏ), ଦୂରସଂଚାର, ଶକ୍ତି, ବେସାମରିକ ବିମାନ ଚଳାଚଳ ଏବଂ ଭୂ ବିଜ୍ଞାନ ଆଦି ମନ୍ତ୍ରଣାଳୟର ସଚିବମାନେ ଉପସ୍ଥିତ ଥିଲେ। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଧ୍ୟ ଏହି ବୈଠକରେ ଉପସ୍ଥିତ ରହିଥିଲେ। ଇତିମଧ୍ୟରେ ଭାରତୀୟ ସେନା ପକ୍ଷରୁ ଯବାନ ଏବଂ ଇଞ୍ଜିନିୟର ଟାସ୍କଫୋର୍ସକୁ ରିଲିଫ ଓ ଉଦ୍ଧାର କାର୍ଯ୍ୟ ନିମନ୍ତେ ସଜାଗ ରଖାଯାଇଥିବା ସୂଚନା ଦିଆଯାଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବରୁ ନିଜ ନିଜ ରାଜ୍ୟସ୍ତରରେ ଏଥିପାଇଁ ପ୍ରାକ୍‍ ପ୍ରସ୍ତୁତିର ସମୀକ୍ଷା କରିସାରିଛନ୍ତି। ବାତ୍ୟା ପ୍ରଭାବରେ ଓଡ଼ିଶାର ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲା ସବୁଠାରୁ ଅଧିକ ପ୍ରଭାବିତ ହେବାନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories